୨୨ ଅଗଷ୍ଟ,ସୋମବାର: ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ

ମେଷ: ସହକର୍ମୀମାନଙ୍କର ସମର୍ଥନ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି। ପ୍ରତ୍ୟେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ  ।

ବୃଷ: ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ।

ମିଥୁନ: କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ଯୋଗଦେଇ ପ୍ରଶଂସା ପାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।

କର୍କଟ: ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଶାରୀରିକ ଅସୁସ୍ଥତା ଦୂର ହେବା ସହ ଶତ୍ରୁମାନେ ପରାଜିତ ହେବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପରିବାରରେ ଆର୍ଥିକ ଉନ୍ନତି ହେବା ସହ ଖୁସିର ବାତାବରଣ ଖେଳିଯିବ।

କନ୍ୟା: ସମ୍ପର୍କୀୟଙ୍କଠାରୁ ସହଯୋଗ ପାଇ ପରିବାରରେ ସୁଖଶାନ୍ତି ବଜାୟ ରହିବ । କୌଣସି ରାଜନେତାଙ୍କ ସହଯୋଗରେ ଅନେକ ସମସ୍ୟା ସମାଧାନ ହୋଇଯିବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ତୁଳା: ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପଯୋଗ କରିବା ଫଳରେ ବହୁତ ଲାଭ ମିଳିବ।  ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।

ବିଚ୍ଛା: ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ଧନୁ: ଶତ୍ରୁମାନେ ପରାଜିତ ହେବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଅଧସ୍ତନଙ୍କ ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ ।

ମକର: ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିପାରେ।

କୁମ୍ଭ: କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । ବିଦ୍ୟାକ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

ମୀନ:ପ୍ରଶାସନ, ପ୍ରକାଶନ, ସଂଗଠନ ଓ ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ ।  ପ୍ରତିଯୋଗିତାମୂଳକ ପରୀକ୍ଷା ଓ ମାଲିମୋକଦ୍ଦମାରେ ବିଜୟୀ ହେବେ ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।