RASI
ମେଷ:ନିକଟସ୍ଥ ସ୍ଥାନ ଭ୍ରମଣ କରି ବେଶ୍ ଆନନ୍ଦ ଅନୁଭବ କରିବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଭାଇ ଭଉଣୀମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ ।
ବୃଷ:ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ ଓ ବିଦେଶ ଯାତ୍ରାରେ ସଫଳ ହେବେ ।
ମିଥୁନ:ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ଓ ପଦୋନ୍ନତିର ସୂଚନା ପାଇପାରନ୍ତି । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ଓ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ।
କର୍କଟ:ବାଦବିବାଦ, ପ୍ରତିଯୋଗିତାମୂଳକ ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ବ୍ୟବସାୟୀମାନେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇପାରେ ।
ସିଂହ:ବ୍ୟବସାୟ କ୍ଷେତ୍ରରେ ସାମାନ୍ୟ ଲାଭବାନ ହେବେ । କେତେକ କ୍ଷେତ୍ରରେ ମହତ ଆଶା ପୂରଣ ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ ।
କନ୍ୟା:ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଆର୍ଥିକ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ନୂତନ କାର୍ଯ୍ୟ ଆରମ୍ଭ କଲେ ପ୍ରଚୁର ଅର୍ଥ ଲାଭ ହେବ ଓ ପରିସ୍ଥିତି ବଦଳିଯିବ ।
ତୁଳା:ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଶତ୍ରୁ ପକ୍ଷ ଦୁର୍ବଳ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ ।
ବିଚ୍ଛା:ସନ୍ତାନ ସନ୍ତତ୍ତିଙ୍କ ତରଫରୁ ଆଶାବାଦୀ ହେବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ସ୍ୱାସ୍ଥ୍ୟହାନୀ ହେବା ସହ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିପାରନ୍ତି।
ଧନୁ:ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟାପାର କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।
ମକର: ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖାଦେବ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ଓ ପ୍ରତିଯୋଗିତାରେ ସଫଳ ହେବେ ।
କୁମ୍ଭ: ବ୍ୟବସାୟୀମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। ଅଧିକାରୀମାନେ କାମରେ ପ୍ରସନ୍ନ ରହିବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ ।
ମୀନ:ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବପର ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/06/RASI.jpg)