୨୨ ଜୁନ୍‌, ମଙ୍ଗଳବାର: ପୁରାତନ ରୋଗର ଉପଶମ ହେବ

ମେଷ: ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ପୁରାତନ ରୋଗର ଉପଶମ ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହୋଇ ପାରିବାରିକ ସ୍ଥିତି ସନ୍ତୋଷଜନକ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ। ବୃଷ: ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଗୃହରେ କଲ୍ୟାଣକର କାମ ସମ୍ପାଦନ କରି ପ୍ରଶଂସିତ ହେବେ। ବ୍ୟବସାୟରେ ଉଧାର ଦେଲେ ଫେରି […]

RASI

Niharika Rout
  • Published: Tuesday, 22 June 2021
  • , Updated: 22 June 2021, 08:08 AM IST

ମେଷ: ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ପୁରାତନ ରୋଗର ଉପଶମ ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହୋଇ ପାରିବାରିକ ସ୍ଥିତି ସନ୍ତୋଷଜନକ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ବୃଷ: ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଗୃହରେ କଲ୍ୟାଣକର କାମ ସମ୍ପାଦନ କରି ପ୍ରଶଂସିତ ହେବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ସହଜ ହେବ। ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ।

ମିଥୁନ: ସାମାଜିକ କାର୍ଯ୍ୟରେ ଯୋଗ ଦେଇ ପ୍ରଶଂସା ପାଇବେ। ପୂର୍ବ ଯୋଜନା ସଫଳ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି, ପଦାଧିକାରୀଙ୍କ ପ୍ରିୟପାତ୍ର ହେବେ। ପ୍ରତିକାର-ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ: କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟ କରି ଚାଲିବା ହିତକର ହେବ। ଗୁରୁଜନ ଓ ବୃଦ୍ଧଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ସିଂହ: ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ଧନଧାନ୍ୟ, ମାନସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତିକାର-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା: ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରିବେ। ଖେଳ, କୁଦ, ପ୍ରତିଯୋଗିତା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ତୁଳା: ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ବନ୍ଧୁବାନ୍ଧବ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ।  ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ପ୍ରତିକାର-ତୁଳସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା: ସନ୍ତାନସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ ଓ ପାରିବାରିକ ଜୀବନ ଆନନ୍ଦମୟ ହେବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ: ଶାରୀରିକ କଷ୍ଟ ଦୂର ହୋଇ ମନରେ ଥିବା କାମନା ପୂର୍ଣ୍ଣ ହେବ। କୌଣସି ମହତ୍ତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇପାରେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିପାରିବେ। ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର: ସହକର୍ମୀଙ୍କ ସହଯୋଗ ଦ୍ୱାରା  କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ସାମୁହିକ କାର୍ଯ୍ୟ ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ସତର୍କତା ଅବଲମ୍ବନ ନ କଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ: ବ୍ୟବସାୟରେ ଉନ୍ନତି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି।  ପ୍ରତିକାର- ମିଠା ଦହି ଖାଇ ଘରୁ ବାହାରନ୍ତୁ।

ମୀନ: ସନ୍ତାନର ଭବିଷ୍ୟତକୁ ଧ୍ୟାନରେ ରଖି ଶୁଭକାମ କରି ପ୍ରଶଂସିତ ହେବେ । ବ୍ୟବସାୟୀମାନଙ୍କର ଆଶାତୀତ ଲାଭ ମିଳିବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

 

Related story