୨୩ ଜାନୁଆରୀ, ମଙ୍ଗଳବାର: ପଡୋଶୀମାନେ ପଛରେ ନିନ୍ଦା କରିପାରନ୍ତି

ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଉଚ୍ଚ ସମ୍ଭବନାର ଆଶା ଆଶ୍ୱସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।

Representational Image

  • Published: Tuesday, 23 January 2024
  • , Updated: 23 January 2024, 07:43 AM IST

ମେଷ: ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ଅନୁଭବ କରିବେ ।

ବୃଷ: ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଉଚ୍ଚ ସମ୍ଭବନାର ଆଶା ଆଶ୍ୱସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ ଜୀବନ ସୁଖରେ କାଟିବେ ଓ ଯାତ୍ରା ଫଳରେ ଉତ୍ସାହିତ ହେବେ ।

ମିଥୁନ:  ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ । ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ।

କର୍କଟ: ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ଲାଭବାନ ହେବେ ଓ ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।

ସିଂହ: ଶାରିରୀକ ଅସୁସ୍ଥତା ଦୂର ହେବାସହ କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ବ୍ୟବସାୟୀମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ଫଳରେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

କୁମ୍ଭ: ବ୍ୟବସାୟରେ ଭଲ ଲାଭ ପାଇବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଯୋଗଦେଇ ଶୁଭ ସୂଚନା ପାଇବେ । ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ପ୍ରଶଂସିତ ହେବେ ।

ମୀନ:  ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। ସତର୍କ ନ ହେଲେ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ।

Related story