Advertisment

୨୩ ମାର୍ଚ୍ଚ, ଗୁରୁବାର: ଛୋଟ କଥାକୁ ନେଇ ଘରେ ଅଶାନ୍ତି ସୃଷ୍ଟି ହେବ

କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ଅଦ୍ୟତନ ହୋଇଛି
Rashi

Rashi

Advertisment

ମେଷ: ବ୍ୟବସାୟରେ ଲାଭ ପାଇବା ସହିତ ମାନସମ୍ମାନ ବୃଦ୍ଧି ହେବ । କିନ୍ତୁ ଗୁପ୍ତଶତ୍ରୃ ବୃଦ୍ଧି ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ଦୂରସ୍ଥାନକୁ ଯାତ୍ରା କରିବେ । ସନ୍ତାନ ମାନଙ୍କର ପାଠପଢ଼ାରେ ଉନ୍ନତି ହେବ। ଚାକିରି କ୍ଷେତ୍ରରେ ସଫଳତା ପାଇବେ

Advertisment

ବୃଷ : କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ଓ ଅର୍ଥପ୍ରାପ୍ତି ହେବ । ବହୁଦିନରୁ ଅଟକିଥିବା କାର୍ଯ୍ୟ ପାଇଁ ଶୁଭଖବର ପ୍ରାପ୍ତି ହେବ ଯାହାଫଳରେ ମନ ପ୍ରଫୁଲ୍ଲିତ ରହିବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ ଓ ସୁସ୍ୱାଦୁ ଭୋଜନ କରିବେ

ମିଥୁନ: ସନ୍ତାନମାନଙ୍କ କାର୍ଯ୍ୟକଳାପକୁ ଦେଖି ବାପାମା’ ଚିନ୍ତାଗ୍ରସ୍ତ ହେବେ । କମ୍ପ୍ୟୁଟର ବିଭାଗରେ କାର୍ଯ୍ୟରତ ଥିବା ବ୍ୟକ୍ତି ଶୁଭଫଳ ପାଇବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ଯାନବାହାନ କ୍ରୟ କରିବା ପାଇଁ ସୁଯୋଗ ମିଳିବ।

Advertisment

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର : ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ, କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ।

କୁମ୍ଭ : ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ । ସ୍ୱାମୀ ସ୍ତ୍ରୀ ମଧ୍ୟରେ ଛୋଟ କଥାକୁ ନେଇ ଅଶାନ୍ତି ହେବ । ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରୁ ମନ ଖୁସି ରହିବ।

ମୀନ : ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ। ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ ଓ ଘର ପାଇଁ ନୂଆ ଦ୍ରବ୍ୟ କ୍ରୟ କରିବେ। ଅଟକିଥିବା ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରୁ ମନ ଖୁସି ରହିବ।

Astrology Daily Horoscope
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe