୨୪ ସେପ୍ଟେମ୍ବର, ଶନିବାର: କମ୍ ପରିଶ୍ରମରେ ଅଧିକ ରୋଜଗାର ହେବ

ମେଷ: ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ଅତିବାହିତ ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ବୃଷ:  ରାଜନୀତି କ୍ଷେତ୍ରରେ ନୂତନ ପନ୍ଥା ଅନୁସରଣ କରିବେ । କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ୱାରା ଆଗକୁ ବଢିପାରିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ମିଥୁନ: ସମସ୍ତ  ସମସ୍ୟାର […]

RASI

RASI

Niharika Rout
  • Published: Saturday, 24 September 2022
  • Updated: 24 September 2022, 07:49 AM IST

Sports

Latest News

ମେଷ: ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ଅତିବାହିତ ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ ।

ବୃଷ:  ରାଜନୀତି କ୍ଷେତ୍ରରେ ନୂତନ ପନ୍ଥା ଅନୁସରଣ କରିବେ । କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ୱାରା ଆଗକୁ ବଢିପାରିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ ।

ମିଥୁନ: ସମସ୍ତ  ସମସ୍ୟାର ସମାଧାନ ହୋଇ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ  । ଛାତ୍ରଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

କର୍କଟ: ସନ୍ତାନଙ୍କ କାର୍ଯ୍ୟରେ ଖୁସିହେବେ ଓ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମନାନ୍ତର କଟିଯିବ । ପରିବାରର କେତେକ ସମସ୍ୟା ସମାଧାନ କରି ମାନସିକ ଶାନ୍ତି ଅନୁଭବ କରିବେ ।

ସିଂହ:  ଶତ୍ରୁଙ୍କ ସହିତ ମୁକାବିଲା କରିପାରିବେ ଓ ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ । ଛାତ୍ରଛାତ୍ରୀମାନେ ଶିକ୍ଷାର ମହତ୍ତ୍ୱ ବୁଝି ପାଠପଢାରେ ମନଯୋଗ ଦେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

କନ୍ୟା: ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ ଓ କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି ।

ତୁଳା:  ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନ ସୃଷ୍ଟି ସହ ଆକସ୍ମିକ ଖର୍ଚ୍ଚ ହୋଇପାରେ । ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରାଇବ । ମହିଳାମାନେ ଚତୁରତାର ସହ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ । ଅପରାହ୍ନରେ ଆପଣଙ୍କୁ ପ୍ରତିକୂଳ ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ ।

ବିଚ୍ଛା:  ଆତ୍ମବିଶ୍ୱାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ଆଗେଇ ନେବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ, ସ୍ୱାସ୍ଥ୍ୟ ଭଲ ରହିବ।  ସ୍ୱଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ମିତ୍ର ଏବଂ ପରିଜନମାନଙ୍କ ସହିତ ଦୂର ଯାତ୍ରାର ଯୋଗ ରହିଛି।

ଧନୁ:  ମାନସିକ ଶାନ୍ତି ସହ ବକେୟା ପ୍ରାପ୍ୟ ମିଳିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତି ହେବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ, ବ୍ୟବସାୟରେ ସଫଳତା ମିଳିବ ।

ମକର: ପାରିବାରିକ ଜୀବନରେ  ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖାଦେଇପାରେ । ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ, ଧନ ଏବଂ ପ୍ରତିଷ୍ଠାରେ ହାନି ହେବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ଆପଣଙ୍କ ସ୍ୱଭାବରେ ଭାବୁକତା ବଢ଼ିପାରେ, ନିଜ କାର୍ଯ୍ୟଧାରାକୁ ଅଧିକ କ୍ରିୟାଶୀଳ କରିବାକୁ ଅଗ୍ରସର ହେବେ।

କୁମ୍ଭ : ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସଜାରି ରଖିବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଓ ହସଖୁସିରେ ଦିନ କାଟିବେ  ।

ମୀନ: କର୍ମକ୍ଷେତ୍ରରେ ସହଯୋଗୀମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ନିକଟସ୍ଥ ସ୍ଥାନ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ ଓ ଆୟ ବୃଦ୍ଧି ହେବା ଦ୍ୱାରା ଆର୍ଥିକ ଉନ୍ନତି ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos