ମେଷ: ବ୍ୟବସାୟ ବାଣିଜ୍ୟରେ ଗୁପ୍ତ ଶତ୍ରୁ ସଂଖ୍ୟା ବୃଦ୍ଧି ପାଇବ । ଆଶା କରୁଥିବା ସ୍ଥାନରୁ ସାହାଯ୍ୟ ସହଯୋଗ ପାଇବେ। ଦୂରଯାତ୍ରା କରିପାରନ୍ତି । ସନ୍ତାନ ମାନଙ୍କର ପାଠପଢ଼ାରେ ଉନ୍ନତି ହେବ।
ବୃଷ : ବ୍ୟବସାୟ ବାଣିଜ୍ୟରେ ଆଶାରୁ ଅଧିକା ଲାଭ ହେବ । ବନ୍ଧୁବାନ୍ଧବଙ୍କ ସାହାଯ୍ୟ ଯୋଗୁଁ ପୂର୍ବରୁ ଅଟକି ରହିଥିବା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ । ସନ୍ତାନ ପକ୍ଷକୁ ନେଇ ସାମାନ୍ୟ ଚିନ୍ତିତ ରହିବେ ।
ମିଥୁନ: ସନ୍ତାନମାନଙ୍କ କାର୍ଯ୍ୟକଳାପକୁ ଦେଖି ବାପାମା’ ଚିନ୍ତାଗ୍ରସ୍ତ ହେବେ । କମ୍ପ୍ୟୁଟର ବିଭାଗରେ କାର୍ଯ୍ୟରତ ଥିବା ବ୍ୟକ୍ତି ଶୁଭଫଳ ପାଇବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ଯାନବାହାନ କ୍ରୟ କରିବା ପାଇଁ ସୁଯୋଗ ମିଳିବ।
କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।
ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।
କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।
ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।
ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।
ମକର: ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ, କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ।
କୁମ୍ଭ: ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ । ସ୍ୱାମୀ ସ୍ତ୍ରୀ ମଧ୍ୟରେ ଛୋଟ କଥାକୁ ନେଇ ଅଶାନ୍ତି ହେବ । ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରୁ ମନ ଖୁସି ରହିବ।
ମୀନ: ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ। ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ ଓ ଘର ପାଇଁ ନୂଆ ଦ୍ରବ୍ୟ କ୍ରୟ କରିବେ। ଅଟକିଥିବା ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରୁ ମନ ଖୁସି ରହିବ।