ମେଷ: ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ । କୌଣସି ଆବଶ୍ୟକୀୟ କାମ କିଣିବା ପାଇଁ ଧାର କରଜ କରିପାରନ୍ତି ।
ବୃଷ: ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ। ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।
ମିଥୁନ: ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
କର୍କଟ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।
ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।
କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।
ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।
ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।
ମକର: ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ ଓ ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ ।
କୁମ୍ଭ: କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ପାଇବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ ।
ମୀନ: ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।