ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। ଅଧିକ ପରିଶ୍ରମ କରିବେ।
ବୃଷ: ଆତ୍ମବିଶ୍ୱାସ ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।
ମିଥୁନ: ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।
କର୍କଟ: ଶରୀର ସୁସ୍ଥ ରହିବ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ।
ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
କନ୍ୟା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।
ତୁଳା: ଦିନଟି ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।
ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। ମାନ-ସମ୍ମାନ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ଧନୁ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।
ମକର: ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। ଆଣ୍ଠୁରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
କୁମ୍ଭ: ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ନୂତନ ବସ୍ତ୍ର କିଣିପାରନ୍ତି। ବିବାହ ସ୍ଥିର ହୋଇପାରେ।
ମୀନ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।