୨୫ ନଭେମ୍ୱର, ରବିବାର: ସ୍ୱାଦିଷ୍ଟ ଖାଦ୍ୟ ଖାଇବେ

ମେଷ: ଆଜି କୌଣସି ନୂଆ କାମ ଆରମ୍ଭ କରନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ବ୍ୟସ୍ତତା ଭିତରେ ରହିବେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ।

ମିଥୁନ: ଦିନଟି ଭଲରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। ଚାକିରିରେ ପରିବର୍ତ୍ତନ ହୋଇପାରେ।

କର୍କଟ: ମାନ-ସମ୍ମାନ ବୃଦ୍ଧି ପାଇବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଘରକୁ ଅତିଥି ଆସିପାରନ୍ତି।

ସିଂହ: କ୍ୟାରିୟରରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ଶୁଭ ସମାଚାର ମିଳିପାରେ।

କନ୍ୟା: ବନ୍ଧୁମାନଙ୍କ ସହ ଦିନଟି କାଟିବେ। କୌଣସି କାମର ଦାୟିତ୍ୱ ନେଇପାରନ୍ତି। ଧାର୍ମିକ କାର୍ଯ୍ୟରେ ଅଧିକ ଅର୍ଥ ଖର୍ଚ୍ଚ ହୋଇପାରେ।

 ତୁଳା: ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇ ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

 ବିଚ୍ଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

 ଧନୁ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯିବେ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ।

 ମକର: ବ୍ୟବସାୟରେ ଲାଭ ମିଳିବ। ଋଣ ଦିଅନ୍ତୁ ନାହିଁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

 କୁମ୍ଭ: ମନ ଅଶାନ୍ତ ରହିବ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ଖର୍ଚ୍ଚ ବଢ଼ିବ।

 ମୀନ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।