୨୫ ଏପ୍ରିଲ, ମଙ୍ଗଳବାର: ଆକସ୍ମିକ ଅର୍ଥ ଲାଭ ହେବ

ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି ।

Representational Image

  • Published: Tuesday, 25 April 2023
  • , Updated: 25 April 2023, 07:39 AM IST

ମେଷ: ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । କୌଣସି ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ।

ବୃଷ: ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଛାତ୍ରଛାତ୍ରୀ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ସନ୍ତାନଙ୍କ କାର୍ଯ୍ୟରେ ଖୁସି ହେବେ ଓ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ ।

ମିଥୁନ: ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମନାନ୍ତର କଟିଯିବ । ଆକସ୍ମିକ ଅର୍ଥ ଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ଛାତ୍ରଛାତ୍ରୀ ଶିକ୍ଷାକୁ ଉଚିତ୍ ମନେ କରି ପାଠ ପଢାରେ ମନଯୋଗ ଦେବେ ।

କର୍କଟ: ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିବ।

ସିଂହ: ସାହିତ୍ୟ, କଳା ଓ କ୍ରିଡା କ୍ଷେତ୍ରରେ ପ୍ରଶଂସା ମିଳିବା ସହ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ୱପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଘଟିବା ସହ ଶତ୍ରୃ ବାଧା ଦୂରେଇ ଯିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ।

କୁମ୍ଭ: ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି । ଶତ୍ରୁ ପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ ।

ମୀନ: ନୂତନ ଯାନବାହନ କିଣିବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଭାଗୀଦାର ବ୍ୟବସାୟରେ ଆର୍ଥିକ ସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ । କର୍ମକ୍ଷେତ୍ରରେ ଶତ୍ରୁମାନେ ଶତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ।

Related story