ମେଷ: ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ମା’ବାପାଙ୍କ ସହ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବାସହ କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ ।
ବୃଷ: ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତିରେ କିଛି ନୂଆ ସୁଯୋଗ ଆସିବା ସହ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।
ମିଥୁନ: ସହକର୍ମୀ ଓ ଅଧସ୍ତନ କର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ବ୍ୟବସାୟୀମାନଙ୍କର କାରବାର ବଢ଼ିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ ।
କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।
ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।
କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି। କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ।
ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।
ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।
ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।
କୁମ୍ଭ: ସତ କଥା କହି ନିଜ ପରିସରରେ ପ୍ରଶଂସିତ ହେବାସହ କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ପାଇବେ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବା ସହ ଋଣ ଭରଣା ପାଇଁ ଚେଷ୍ଟା କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟୀ ହେବେ ।
ମୀନ: କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଖୁସି ରହିବେ। ପୈତୃକ ସମ୍ପତ୍ତି ପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ ।