୨୫ ଡିସେମ୍ବର, ଶନିବାର: ଦୂର ସ୍ଥାନକୁ ଯାତ୍ରା କରିବେ

ମେଷ: ଶୁଭ ସମାଚାର ମିଳିବ। ବିଦ୍ୟାକ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ। ବୃଷ: ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ମିଥୁନ: ସରକାରୀ କାମରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ।ପ୍ରତ୍ୟେକ କ୍ଷେତ୍ରରେ ଧର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କର୍କଟ: ଶତ୍ରୁମାନେ ଦୂରେଇ ଯିବେ। ବନ୍ଧୁଙ୍କ […]

RASI

Tapaswini Nayak
  • Published: Saturday, 25 December 2021
  • , Updated: 25 December 2021, 07:45 AM IST

ମେଷ: ଶୁଭ ସମାଚାର ମିଳିବ। ବିଦ୍ୟାକ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ: ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ।

ମିଥୁନ: ସରକାରୀ କାମରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ।ପ୍ରତ୍ୟେକ କ୍ଷେତ୍ରରେ ଧର୍ଯ୍ୟ ଓ ସହନ ଶୀଳତା କାଏମ ରହିବ।

କର୍କଟ: ଶତ୍ରୁମାନେ ଦୂରେଇ ଯିବେ। ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି।

ସିଂହ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ।

କନ୍ୟା: ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ୱପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ।  ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଅଟକି ଥିବା ଅର୍ଥ ମିଳିଯିବ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ।

ବିଚ୍ଛା: ସହସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସୁଦୃଢ ହେବ। ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ: ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ।ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ।

ମକର: ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ପ୍ରତିଯୋଗିତାରେ ବିଜୟୀ ହେବେ। କୌଣସି ମହତ୍ୱ ପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ।

କୁମ୍ଭ: ଶରୀର ସୁସ୍ଥ ରହିବ। ଦୂର ସ୍ଥାନକୁ ଯାତ୍ରା କରିବେ। ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ।

ମୀନ: ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ।

 

Related story