୨୫ ଜାନୁଆରୀ, ଶୁକ୍ରବାର: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବୃଷ: ମିଠା କଥା କହି ଲୋକଙ୍କ ମନ କିଣିବେ। ଅଧିକ ପରିଶ୍ରମ କରିବେ। ପାଚନ ତନ୍ତ୍ରରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସମସ୍ତ କାର୍ଯ୍ୟରେ ସଫଳତା ମଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ […]

Rasi-Fala-

Jyoshna Pradhan
  • Published: Friday, 25 January 2019
  • , Updated: 25 January 2019, 07:30 AM IST

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ବୃଷ: ମିଠା କଥା କହି ଲୋକଙ୍କ ମନ କିଣିବେ। ଅଧିକ ପରିଶ୍ରମ କରିବେ। ପାଚନ ତନ୍ତ୍ରରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସମସ୍ତ କାର୍ଯ୍ୟରେ ସଫଳତା ମଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ସିଂହ: କୌଣସି କଥାକୁ ନେଇ ଦ୍ୱନ୍ଦ୍ୱରେ ରହିପାରନ୍ତି। ମନ ଖୁସି ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବେ।

କନ୍ୟା: ଦିନଟି ଭଲରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ତୁଳା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ବିବାହ ସ୍ଥିର ହୋଇପାରେ। ଛାତ୍ରଛାତ୍ରୀ ପରୀକ୍ଷାରେ ସଫଳତା ପାଇବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ମାନ-ସମ୍ମାନ ମିଳିବ।

ମକର: ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଅଳସୁଆ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆଧ୍ୟାତ୍ମକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ମୀନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ ବସ୍ତ୍ର କିଣିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

Related story