୨୫ ଜାନୁଆରୀ, ମଙ୍ଗଳବାର: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ବୃଷ: ମାନ-ସମ୍ମାନ ବୃଦ୍ଧି ହେବ। ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ମିଥୁନ: ଶୁଭ ସମ୍ବାଦ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂରହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ। କର୍କଟ: ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଭାଇଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ […]

RASI

RASI

Tapaswini Nayak
  • Published: Tuesday, 25 January 2022
  • Updated: 25 January 2022, 07:51 AM IST

Sports

Latest News

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ।

ବୃଷ: ମାନ-ସମ୍ମାନ ବୃଦ୍ଧି ହେବ। ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ।

ମିଥୁନ: ଶୁଭ ସମ୍ବାଦ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂରହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ।

କର୍କଟ: ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଭାଇଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ।

ସିଂହ: ସ୍ୱାସ୍ଥ୍ୟ ଭଲ ରହିବ।  ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଋଣଭାର ଲାଘବ ହେବ।

କନ୍ୟା: କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ତୁଳା: ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଅଧିକ ପରିଶ୍ରମ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବିଚ୍ଛା: ମନବଳ ଦୃଢ଼ ରହିବ। ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ରହିଛି।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ।

ମକର: ବାକିଥିବା ଅର୍ଥ ପ୍ରାପ୍ତି ହେବ। ପରିବାର ସଦସ୍ୟଙ୍କ ବାହାରକୁ ବୁଲିବାକୁ ଯାଇପାରନ୍ତି।  ଘରକୁ ଅତିଥି ଆସିପାରନ୍ତି।

କୁମ୍ଭ: ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।

ମୀନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos