୨୫ ଜୁଲାଇ,ସୋମବାର: ଅଚାନକ ଧନ ପ୍ରାପ୍ତି ହେବ

ମେଷ: ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କଠାରୁ ପ୍ରଶଂସା ପାଇବେ । ଅନ୍ୟର ଦୁଃଖ ଦୁର୍ଦ୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବୃଷ:  ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧିହେବ। ମିଥୁନ: ଶିକ୍ଷାକ୍ଷେତ୍ରରେ ଉତ୍ସାହିତ ହେବା ସହ ପ୍ରତିଯୋଗିତାମୂଳକ ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ।  କଠିନ ପରିଶ୍ରମ କରି […]

RASI

  • Published: Monday, 25 July 2022
  • , Updated: 25 July 2022, 07:59 AM IST

ମେଷ: ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କଠାରୁ ପ୍ରଶଂସା ପାଇବେ । ଅନ୍ୟର ଦୁଃଖ ଦୁର୍ଦ୍ଦଶା ଦୂର କରିବାକୁ ପ୍ରୟାସରତ ହେବେ।

ବୃଷ:  ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧିହେବ।

ମିଥୁନ: ଶିକ୍ଷାକ୍ଷେତ୍ରରେ ଉତ୍ସାହିତ ହେବା ସହ ପ୍ରତିଯୋଗିତାମୂଳକ ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ।  କଠିନ ପରିଶ୍ରମ କରି କାର୍ଯ୍ୟ କରିବା ଫଳରେ କର୍ମ କ୍ଷେତ୍ରରେ ପ୍ରଶଂସା ପାଇବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗୁ ବ୍ୟୟ ଅଧିକ ହେବ।

କର୍କଟ: ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବେ ଓ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ । ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ମାନସିକ, ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ।

ସିଂହ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ରାଜନୀତିରେ ସମ୍ମାନ ଅର୍ଜନ କରିପାରିବେ।

କନ୍ୟା: ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଜୀବନ ଶୈଳିରେ ପରିବର୍ତ୍ତନ ଯୋଗୁ ନୂତନ ଗୃହୋପକରଣ କିଣିବାକୁ ଯୋଜନା କରିବେ । ପାରିବାରିକ କ୍ଷେତ୍ରରେ ହସଖୁସିର ବାତାବରଣ ସୃଷ୍ଟି ହେବ ।

ତୁଳା: ସହକର୍ମୀମାନଙ୍କ ସହିତ ସୁସମ୍ପର୍କ ସ୍ଥାପନ କରି ନିଜର କାର୍ଯ୍ୟ ହାସଲ କରିପାରିବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ କୌଶଳକ୍ରମେ ତାହାର ସମାଧାନ କରିବେ।

ବିଛା: ସରକାରୀ କ୍ଷେତ୍ରରେ ନୂତନ ପନ୍ଥା ଅନୁସରଣ କରି ଲାଭବାନ ହେବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିପାରନ୍ତି।

ଧନୁ: ମାନସିକ ସ୍ଥିରତା ଓ ଶାରୀରିକ ସୁସ୍ଥତା ଯୋଗୁ ଆନନ୍ଦିତ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

ମକର: ସହକର୍ମୀମାନଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଆଚାର ଓ ବ୍ୟବହାର ନିୟନ୍ତ୍ରଣ ନ କଲେ ଲୋକ ସଂପର୍କରେ ବାଧା ଉପୁଜିପାରେ।

କୁମ୍ଭ: ଶତ୍ରୁ, ରୋଗ, ଋଣରୁ ମୁକ୍ତି ପାଇବେ ଓ ପରୀକ୍ଷା, ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ।

ମୀନ: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ପାଇବେ। ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆଶାତୀତ ଲାଭ ପାଇବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ମିଳିବ।

Related story