ମେଷ: ବ୍ୟବସାୟ ବାଣିଜ୍ୟରେ ଆୟ ଭଲ ହେବ। ନୂତନ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ ।
ବୃଷ: ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବା ସହ କେତେକ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ। ଭିନ୍ନ ରାସ୍ତାରେ ଆୟ ବୃଦ୍ଧିର ଯୋଜନା ଚାଲୁ ରଖିପାରନ୍ତି।
ମିଥୁନ: ସ୍ୱାସ୍ଥ୍ୟରେ ସୁଧାର ଆସିବା ସହ ଅର୍ଥ ସଙ୍କଟରୁ ମୁକ୍ତି ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି । ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇପାରନ୍ତି ।
କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।
ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।
କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ।
ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।
ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।
ମକର: ବନ୍ଧୁମାନଙ୍କ ସହ ଦୂରସ୍ଥାନକୁ ଭ୍ରମଣରେ ଯାଇପାରନ୍ତି। ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍ ରହିବ।
କୁମ୍ଭ: କର୍ମକ୍ଷେତ୍ରରେ ମତଭେଦ ଦେଖାଦେବ। କୌଣସି ଅଘଟଣ ଘଟିପାରେ। ଘରର କୌଣସି କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ଲୋକଙ୍କ ସହ ଆଲୋଚନା କଲେ ଭଲ ହେବ।
ମୀନ: କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ପରିବହନ ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କୁ ଶୁଭ ଫଳ ମିଳିବ। ବହୁ ଦିନର ଆଶା ପୂରଣ ହେବ।