ମେଷ: ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବା ସହ ଅନେକ ଦିଗରୁ ଧନର ଆଗମନ ହୋଇପାରେ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ମିଳିବ ଓ ନୂତନ କାର୍ଯ୍ୟାରମ୍ଭ କରିପାରିବେ। ରାଜନୀତି କ୍ଷେତ୍ରରେ ନୂତନ ବନ୍ଧୁଙ୍କ ସହିତ ଭେଟ ହୋଇ ଲୋକସମ୍ପର୍କ ଓ ଆତ୍ମସନ୍ତୋଷ ବଢିବ ।
ବୃଷ: ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବା ସହ ମାନସିକ ସ୍ଥିରତା ଦେଖାଦେବ । କର୍ମଚାରୀମାନେ ଅତ୍ୟଧିକ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ ।ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ ଓ ଅଧା ହୋଇଥିବା କାର୍ଯ୍ୟ ପୂରଣ କରିପାରିବେ।
ମିଥୁନ: ସରକାରୀ ଚାପ ପଡ଼ିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିପାରନ୍ତି।
କର୍କଟ: ସ୍ୱାସ୍ଥ୍ୟ ଭଲ ରହିବା ସହ ଆର୍ଥିକ ଉନ୍ନତି ଦେଖାଦେବ। ସହକର୍ମୀମାନେ କାମର ପ୍ରଶଂସା କରିବା ସହ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ସମସ୍ତ ପ୍ରକାର ବ୍ୟବସାୟରେ ଲାଭବାନ ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।।
ସିଂହ: କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ର ମାନଙ୍କ ଦ୍ଵାରା ଲାଭ ମିଳିବ। ଭଲଭାବରେ ଚିନ୍ତା କରି କାମ କଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ନିଜ ଲୋକମାନେ ହିଁ କାମରେ ଆସିବେ ଓ ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡ଼ିବ।
କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।
ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।
ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।
ମକର: ବ୍ୟବସାୟୀମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭ ପାଇବେ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ବାରା ବିଚାର କଲେ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ ।
କୁମ୍ଭ: ସହକର୍ମୀମାନଙ୍କ ଦ୍ୱାରା ଲାଭବାନ ହେବେ ଓ ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ । ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିପାରନ୍ତି।ତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ନୂତନ ବନ୍ଧୁମିଳନ ହେତୁ ମନଖୁସି ରହିବ।
ମୀନ: ଶାରୀରିକ ଅସୁସ୍ଥତା ଦୂର ହେବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି । ରାଜନୈତିକ କ୍ଷେତ୍ରରେ ଯଶ ଲାଭ ହେବାସହ ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକ ସ୍ଥିତି ବଦଳିବ।