୨୬ ଜୁଲାଇ, ମଙ୍ଗଳବାର: ପାରିବାରିକ ଜୀବନ ଆନନ୍ଦମୟ ହେବ

ମେଷ: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ। ଆକସ୍ମିକ ଅର୍ଥଲାଭ ପ୍ରାପ୍ତି ହେବ। ବୃଷ: ବ୍ୟବସାୟୀମାନେ ଅଧିକ ପୁଞ୍ଜି ନିବେଶ କରି ଆଶାତିତ ଲାଭ ପାଇବେ। କର୍ମଯୋଗକୁ  ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ।  ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ମିଥୁନ: ସାମାଜିକ କ୍ଷେତ୍ରରେ ଭାଗ ନେଇ ସରକାରୀ […]

RASI

RASI

Tapaswini Nayak
  • Published: Tuesday, 26 July 2022
  • Updated: 26 July 2022, 07:56 AM IST

Sports

Latest News

ମେଷ: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ। ଆକସ୍ମିକ ଅର୍ଥଲାଭ ପ୍ରାପ୍ତି ହେବ।

ବୃଷ: ବ୍ୟବସାୟୀମାନେ ଅଧିକ ପୁଞ୍ଜି ନିବେଶ କରି ଆଶାତିତ ଲାଭ ପାଇବେ। କର୍ମଯୋଗକୁ  ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ।  ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ।

ମିଥୁନ: ସାମାଜିକ କ୍ଷେତ୍ରରେ ଭାଗ ନେଇ ସରକାରୀ ସାହାଯ୍ୟ ପାଇବାକୁ ଚେଷ୍ଟା କରିବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ଫେରି ପାଇବେ। ଜାଗା, ଜମି, ଗୃହ, ବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ।

କର୍କଟ: ସ୍ୱାସ୍ଥ୍ୟ ଠିକ୍ ରହିବା ଫଳରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରିବେ।  ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ।  କର୍ମାନୁଯାୟୀ ଫଳ ପାଇବା ଯୋଗେ ସୁଖେ ଦୁଃଖେ ଦିନଟି ବିତାଇବେ।

ସିଂହ: ପାରିବାରିକ ଜୀବନ ଆନନ୍ଦମୟ ହେବ। ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଆଦାୟ ହୋଇ ବହୁବିଧ ସୁଯୋଗ ଜୁଟିବ।  ବାସ ଗୃହ ଓ ଯାନବାହନ ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ।

କନ୍ୟା: ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ସମାଧାନ ହେବ। ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଶୁଭସୂଚନା ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ।

ତୁଳା: ମାନସିକ ଶାନ୍ତି ଅନୁଭବ କରିବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ।

ବିଚ୍ଛା: ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମକ୍ଷେତ୍ରରେ କମ୍ ପରିଶ୍ରମ କରି ଅଧିକ ଲାଭ ପାଇବେ।ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି।

ଧନୁ: ସ୍ୱାସ୍ଥ୍ୟ ଉତ୍ତମ ରହିବ। ମାନସିକ ଶାନ୍ତି ମିଳିବ। ବାକିଥିବା ଅର୍ଥ ପ୍ରାପ୍ତି ହେବା ଫଳରେ ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ।  ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ।

ମକର: ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ।  କର୍ତ୍ତବ୍ୟ ଠିକ୍ ଭାବରେ ତୁଲେଇବା ଫଳରେ ମାନ, ପ୍ରତିଷ୍ଠାର ଅଧିକାରୀ ହେବେ।

କୁମ୍ଭ: ଶିକ୍ଷାକ୍ଷେତ୍ରରେ ବିଜୟୀ ହେବେ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ।

ମୀନ: ଆର୍ଥିକଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ କିଛି ସଂଗ୍ରହ କରି ପାରନ୍ତି। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos