୨୬ ଜୁନ୍, ସୋମବାର: ଗୁପ୍ତଶତ୍ରୁ ଅସୁବିଧାରେ ପକାଇପାରନ୍ତି

ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନ ସହିତ ଯାଆନ୍ତୁ ଏବଂ କାହାରି ସହିତ କଳହ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଯିବା ସହିତ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଯିବ ।

Representational Image

  • Published: Monday, 26 June 2023
  • , Updated: 26 June 2023, 07:33 AM IST

ମେଷ: ନିର୍ମାଣାଧୀନ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ଓ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ପରିବାରରେ ହସଖୁସିରେ ସମୟ ଅତିବାହିତ କଲେ ମଧ୍ୟ ଗୁପ୍ତଶତ୍ରୁ ଅସୁବିଧାରେ ପକାଇପାରନ୍ତି । ସନ୍ତାନମାନଙ୍କର ସ୍ଵଭାଵ ଆଚରଣ ଠିକ ରହିବାରୁ ବାପାମା ଖୁସି ହେବେ ।

ବୃଷ: ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନ ସହିତ ଯାଆନ୍ତୁ ଏବଂ କାହାରି ସହିତ କଳହ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଯିବା ସହିତ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଯିବ । କୌଣସି ଖବର ଶୁଣିକି ମନ ବିଚଳିତ ହେବ ।

ମିଥୁନ: ସନ୍ତାନମାନଙ୍କ କାର୍ଯ୍ୟକଳାପକୁ ଦେଖି ବାପାମା’ ଚିନ୍ତାଗ୍ରସ୍ତ ହେବେ । କମ୍ପ୍ୟୁଟର ବିଭାଗରେ କାର୍ଯ୍ୟରତ ଥିବା ବ୍ୟକ୍ତି ଶୁଭଫଳ ପାଇବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ଯାନବାହାନ କ୍ରୟ କରିବା ପାଇଁ ସୁଯୋଗ ମିଳିବ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର : ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ, କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ। 

କୁମ୍ଭ: ବ୍ୟବସାୟରେ ଲାଭ ପାଇଲେ ମଧ୍ୟ ପରିବାରରେ ଅଶାନ୍ତି ସୃଷ୍ଟି ହେବ। ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସା ମିଳିବ ନାହିଁ । ପିଲାମାନଙ୍କ ସ୍ଵଭାଵ ଆଚରଣ ଭଲ ନ ରହିବାରୁ ବାପାମା ମନ ଦୁଃଖ କରିବେ।

ମୀନ: ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ । ଗୃହରେ କୌଣସି ମାଙ୍ଗଳିକ କାର୍ଯ୍ୟ ପାଇଁ ବନ୍ଧୁ ସାହାଯ୍ୟ କରିବେ। ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବା ସହିତ ମାନସମ୍ମାନ ପ୍ରାପ୍ତି ହେବ।

Related story