ମେଷ: ପ୍ରତ୍ୟେକ କାର୍ଯ୍ୟରେ ସାବଧାନତା ପୂର୍ବକ କରିବା ଉଚିତ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ମିଳିବ।
ବୃଷ: ସ୍ୱାସ୍ଥ୍ୟରେ ସୁଧାର ଆସିବା ସହ ପାରିବାରିକ ସମସ୍ୟା ସମାଧାନ ହୋଇଯିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ।
ମିଥୁନ: ସମସ୍ତ କାମ ର୍ନିବିଘ୍ନରେ ସମ୍ପନ୍ନ ହୋଇଯିବା ଫଳରେ ମାନସିକ ଶାନ୍ତି ମିଳିବ। ଶତ୍ରୁମାନେ ଦୂରେଇ ଯିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ।
କର୍କଟ: ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ଲାଭ ହେବ। ଜୀବନ ସାଥିଙ୍କ ସହଯୋଗ ମିଳିବ। ପୁରାତନ ଶତ୍ରୁମାନେ ଦୂରେଇ ଯିବେ। ନିଜର ଜରୁରୀ କାମ କରିବା ପାଇଁ ପ୍ରୟାସରତ ରହିବେ।
ସିଂହ: ଆତ୍ମବଳ ଦ୍ୱାରା ଆଗକୁ ବଢିବାରେ ସକ୍ଷମ ହେବେ। ବିଦ୍ୟାର୍ଥୀଙ୍କୁ ପ୍ରତିଯୋଗିତାରେ ସଫଳତା ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା: ବ୍ୟବସାୟରେ ଅଧିକ ଲାଭ ମିଳିବ। ମାନ-ସମ୍ମାନ ବଢ଼ିବ। ବାହନ କ୍ରୟ କରିପାରନ୍ତି। ପୂର୍ବରୁ ଅଟକିଥିବା କାର୍ଯ୍ୟରେ ଶୁଭ ପରିଣାମ ପ୍ରତିଫଳନ ହେବ।
ତୁଳା: ପରିବାର ସଦସ୍ୟଙ୍କ ଖୁସିରେ ଦିନଟି କାଟିବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ରାଜନୀତି କ୍ଷେତ୍ରରେ ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ।
ବିଚ୍ଛା: କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଶୁଭ ଫଳ ପ୍ରାପ୍ତି ହେବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ଧନୁ: ସନ୍ତାନଙ୍କ ପାଇଁ କୌଣସି ମହତ୍ତପୂର୍ଣ୍ଣ କାମ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ।
ମକର: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢ଼ିବା ସମ୍ଭବ ହେବ। ପରିବାରରେ ସୁଖଶାନ୍ତି ଅତୁଟ ରହିବ।
କୁମ୍ଭ: ସ୍ୱାସ୍ଥ୍ୟ ଭଲ ରହିବ। ଜାଗା, ଜମି ଆଦି କ୍ରୟ କରିବା ପାଇଁ ସୁଯୋଗ ଆସିପାରେ। କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଲାଭବାନ ହେବେ।
ମୀନ: ବ୍ୟବସାୟରେ ପ୍ରଚାର ପ୍ରସାର ଉପରେ ଗୁରୁତ୍ୱ ଦେବେ। କୌଣସି ଦୁଃସାହସିକ ପଦକ୍ଷେପ ନେଇପାରନ୍ତି। ଅଳ୍ପ ପରିଶ୍ରମରେ ଅଧିକ ଲାଭ ପାଇବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।