୨୭ ଜୁଲାଇ, ବୁଧବାର: ସହୃଦୟ ବ୍ୟକ୍ତିଙ୍କଠାରୁ ସହାୟତା ପାଇବେ

ମେଷ: ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ  । ବୃଷ: ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ ଓ ନୂତନ ବନ୍ଧୁଙ୍କ ଆଗମନ ହେବ। ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ମିଥୁନ: ବହୁତ ଦିନରୁ […]

RASI

RASI

Niharika Rout
  • Published: Wednesday, 27 July 2022
  • Updated: 27 July 2022, 08:31 AM IST

Sports

Latest News

ମେଷ: ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ  ।

ବୃଷ: ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ ଓ ନୂତନ ବନ୍ଧୁଙ୍କ ଆଗମନ ହେବ। ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ।

ମିଥୁନ: ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ । ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରକାଶନ, ସଂଗଠନ, ଅନୁସନ୍ଧାନମୂଳକ କାର୍ଯ୍ୟରେ ଲଭ ପାଇବେ ।

କର୍କଟ: ଆଧ୍ୟାତ୍ମିକ ଓ ବୌଦ୍ଧିକ ଭାବନାରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ।

ସିଂହ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ୱନ୍ଦର ସମାଧାନ ହୋଇପାରେ।ପରୀକ୍ଷା, ପ୍ରତିଯୋଗିତା, ସାକ୍ଷାତକାରରେ ବିଜୟୀ ହେବେ।

କନ୍ୟା: ସବୁଥିରେ ସଫଳତା ମିଳିବା ଯୋଗେ ମାନସିକ ଶାନ୍ତି ମିଳିବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ।

ତୁଳା: ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚିତ ପନ୍ଥା ଗ୍ରହଣ କରି ଜମିଜମା ସଙ୍କ୍ରାନ୍ତୀୟ  ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିପାରିବେ।

ବିଚ୍ଛା: ସଂଘର୍ଷ ଦ୍ୱାରା ସଫଳତା ମିଳିବ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍।

ଧନୁ: ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ। ପାରିବାରିକ କ୍ଷେତ୍ରରେ ଧୈଯ୍ୟ ଓ ସହନଶୀଳତା କାଏମ ରହିବ।  ସାହିତ୍ୟ, କଳାକ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ।

ମକର: ଶାରିରୀକ ଅସୁସ୍ଥତା ଦୂରହୋଇ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ।

କୁମ୍ଭ: ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ସଫଳତା ଅର୍ଜନ କରିବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ମିତ୍ରମାନଙ୍କ ସହଯୋଗରେ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ମୀନ: ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ ଓ  ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଟଙ୍କାର ଆବଶ୍ୟକତା ପୂରଣ ହୋଇ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos