ମେଷ: ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ ।
ବୃଷ: ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ ଓ ନୂତନ ବନ୍ଧୁଙ୍କ ଆଗମନ ହେବ। ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ।
ମିଥୁନ: ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ । ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରକାଶନ, ସଂଗଠନ, ଅନୁସନ୍ଧାନମୂଳକ କାର୍ଯ୍ୟରେ ଲଭ ପାଇବେ ।
କର୍କଟ: ଆଧ୍ୟାତ୍ମିକ ଓ ବୌଦ୍ଧିକ ଭାବନାରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ।
ସିଂହ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ୱନ୍ଦର ସମାଧାନ ହୋଇପାରେ।ପରୀକ୍ଷା, ପ୍ରତିଯୋଗିତା, ସାକ୍ଷାତକାରରେ ବିଜୟୀ ହେବେ।
କନ୍ୟା: ସବୁଥିରେ ସଫଳତା ମିଳିବା ଯୋଗେ ମାନସିକ ଶାନ୍ତି ମିଳିବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ।
ତୁଳା: ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚିତ ପନ୍ଥା ଗ୍ରହଣ କରି ଜମିଜମା ସଙ୍କ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିପାରିବେ।
ବିଚ୍ଛା: ସଂଘର୍ଷ ଦ୍ୱାରା ସଫଳତା ମିଳିବ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍।
ଧନୁ: ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ। ପାରିବାରିକ କ୍ଷେତ୍ରରେ ଧୈଯ୍ୟ ଓ ସହନଶୀଳତା କାଏମ ରହିବ। ସାହିତ୍ୟ, କଳାକ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ।
ମକର: ଶାରିରୀକ ଅସୁସ୍ଥତା ଦୂରହୋଇ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ।
କୁମ୍ଭ: ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ସଫଳତା ଅର୍ଜନ କରିବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ମିତ୍ରମାନଙ୍କ ସହଯୋଗରେ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।
ମୀନ: ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ ଓ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଟଙ୍କାର ଆବଶ୍ୟକତା ପୂରଣ ହୋଇ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ।