୨୭ ଜୁନ୍‌, ସୋମବାର: ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ

ମେଷ: ସମାଜ ସେବାରେ ସୁନାମ ଅର୍ଜନ କରିପାରିବେ। ଉଚିତ କଥା କହି ସାଧାରଣ ଲୋକଙ୍କଠାରୁ ସମ୍ମାନ ପାଇବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟକର ହେବ। ବୃଷ: ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ମିଥୁନ: ଶତ୍ରୁମାନେ ପରାଜିତ ହେବା ସହ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି […]

RASI

Niharika Rout
  • Published: Monday, 27 June 2022
  • , Updated: 27 June 2022, 07:57 AM IST

ମେଷ: ସମାଜ ସେବାରେ ସୁନାମ ଅର୍ଜନ କରିପାରିବେ। ଉଚିତ କଥା କହି ସାଧାରଣ ଲୋକଙ୍କଠାରୁ ସମ୍ମାନ ପାଇବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟକର ହେବ।

ବୃଷ: ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ।

ମିଥୁନ: ଶତ୍ରୁମାନେ ପରାଜିତ ହେବା ସହ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ। ଅନ୍ୟ କଥା ଉପରେ ଭରସା କରିବାରୁ ପରିବାରରେ କଳହ ସୃଷ୍ଟି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

କର୍କଟ:ସହକର୍ମୀମାନଙ୍କଠାରୁ ସାହାଯ୍ୟ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ ।  ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ସହ ଭଲ ଲାଭ ପାଇବେ । କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ ସହଜ ସରଳରେ ନୂତନ କର୍ମପ୍ରାପ୍ତି ହେବ।

ସିଂହ: ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ । ଫଳରେ ମନ ଶାନ୍ତ ରହିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ନୂତନ ଚାକିରି ପାଇଁ ପ୍ରୟାସରତ ଥିଲେ ଶୁଭ ସମାଚାର ମିଳିବ।

କନ୍ୟା: ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ଅନୁଭବ କରିବେ । ବ୍ୟବସାୟରେ ଉନ୍ନତି ଫଳରେ ପରିଶ୍ରମର ସୁଫଳ ଭୋଗ କରିବେ । ପାରିବାରିକ କ୍ଷେତ୍ରରେ ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ଫଳରେ ମାନସିକ ଶାନ୍ତି ମିଳିବ ।

ତୁଳା: ବ୍ୟବସାୟୀମାନେ ଧୈର୍ଯ୍ୟ ଧରି ପରିଶ୍ରମ କରିବା ଫଳରେ କିଛିଟା ଲାଭବାନ୍ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ ଓ ଆଡମ୍ବରରେ ଆଗ୍ରହ ବଢିବ। ମନର ଭାବ କେହି ଠିକ୍ ଭାବେ ବୁଝିପାରିବେ ନାହିଁ । ତେଣୁ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବ।

ବିଚ୍ଛା: ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞମାନେ  ଯଶ ଓ ଖ୍ୟାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗୁ ମାନସମ୍ମାନ ବଜାୟ ରହିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତାର ସହ ଯାତାୟାତ କରିବା ଉଚିତ ।

ଧନୁ: ଶତ୍ରୁମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କାଟିବେ । ପାରିବାରିକ କ୍ଷେତ୍ରରେ  ଶାନ୍ତି ବିରାଜମାନ କରିବ ।

ମକର: ଆଜି ଆପଣ ଭଲ କଥା କହିଲେ ମଧ୍ୟ ପରିବାର ସଦସ୍ୟ ତାହାକୁ ଭୁଲ୍ ବିଚାର କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଜଗି ରଖି କାମ କରିବା ଓ କହିବା ଭଲ ହେବ । ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ। ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ  ।

କୁମ୍ଭ:  କୌଣସି ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବହୁ ଦିନର ଆଶା ଅଭିଳାଷ ପୁରଣ ହେବ ।

ମୀନ: ଶତ୍ରୁଙ୍କ ବିନାଶ ହେବ । ଏହାବାଦ ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବା ସହ ସ୍ୱାସ୍ଥ୍ୟ ଭଲ ରହିବ।  ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବା ସହ ସାମାଜିକ ପତିଆରା ଅମଳିନ ରହିବ।

Related story