୨୭ ମାର୍ଚ୍ଚ, ବୁଧବାର: ପରିବାରରେ ଛୋଟ କଥାକୁ ନେଇ ଅସନ୍ତୋଷ ଦେଖାଯିବ

ପରିବାରରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳିଯିବ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ।

Representational Image

  • Published: Wednesday, 27 March 2024
  • , Updated: 27 March 2024, 07:26 AM IST

ମେଷ: କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନସ୍କାମନା ପୂର୍ଣ୍ଣ ହେବ । ଦାମୀଯାନ ଏବଂ ବିଳାସପୂର୍ଣ୍ଣ ସାମଗ୍ରୀ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି । ଜୀବନସାଥୀଙ୍କ ସମର୍ଥନ ଓ ବନ୍ଧୁଙ୍କ ପ୍ରେରଣା ଅନେକ ଚିନ୍ତାକୁ ଦୂରେଇ ଦେବ।

ବୃଷ: ପରିବାରରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳିଯିବ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ଛାତ୍ରଛାତ୍ରୀଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ।

ମିଥୁନ: ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟାମୂଳକ କାମ ସମାଧାନ କରାଇପାରନ୍ତି । କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାର ମାନ୍ୟତା ଦେଇ ପ୍ରଶଂସିତ ହେବେ ।

କର୍କଟ: ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନ ସହିତ ଯାଆନ୍ତୁ ନଚେତ୍ ଅସୁବିଧାରେ ପଡିପାରନ୍ତି । ପରିବାରରେ ଛୋଟ କଥାକୁ ନେଇ ଅସନ୍ତୋଷ ଦେଖାଯିବାରୁ ମନ ଭଲ ରହିବ ନାହିଁ । ବ୍ୟବସାୟରେ ଅଶାନୁସାରେ ଲାଭ ପାଇବେ ନାହିଁ କିନ୍ତୁ ବନ୍ଧୁ ସାହାଯ୍ୟ କରିବେ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

କୁମ୍ଭ: ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ତରବରିଆ ଭାବରେ କୌଣସି କାମ ନ କରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ ।

ମୀନ: ସାଙ୍ଗମାନଙ୍କୁ ଅଧିକ ବିଶ୍ୱାସ କଲେ ବ୍ୟବସାୟ କାର୍ଯ୍ୟର ଗତି ବୃଦ୍ଧି ପାଇବ । ସାଧାରଣ ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ଆଗରେ ନତମସ୍ତକ ହେବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ ଓ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ।

Related story