୨୭ ସେପ୍ଟେମ୍ବର, ମଙ୍ଗଳବାର: ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ

ମେଷ: ଆଇନଗତ ପ୍ରସଙ୍ଗରେ ବିଜୟୀ ହୋଇ ସମାଜରେ ଖ୍ୟାତି ଓ ସମ୍ମାନ ପାଇବେ। ନିଜର ଚିନ୍ତାଧାରାକୁ ସକାରାତ୍ମକ ରଖିବା ଫଳରେ ଲୋକମାନେ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟକ୍ତିଗତ ବିଷୟ ସମ୍ବନ୍ଧରେ ସମ୍ପର୍କୀୟମାନେ ଆପଣଙ୍କଠାରୁ ମତାମତ ନେଇପାରନ୍ତି। ବୃଷ: ବ୍ୟବସାୟରେ କଠିନ ପରିଶ୍ରମର ସକରାତ୍ମକ ଫଳାଫଳ ପାଇବେ।  ନିଜର ଭାବନା ଓ କ୍ରୋଧକୁ ନିୟନ୍ତ୍ରଣ କରି ଉଚ୍ଚାଧିକାରୀଙ୍କର ପ୍ରିୟପାତ୍ର ହୋଇପାରିବେ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତାର ସହ ଯାତାୟାତ କରିବା ଉଚିତ୍। ମିଥୁନ: ଆର୍ଥିକ ସ୍ଥିତିରେ ଉନ୍ନତି […]

RASI

  • Published: Tuesday, 27 September 2022
  • , Updated: 27 September 2022, 07:48 AM IST

ମେଷ: ଆଇନଗତ ପ୍ରସଙ୍ଗରେ ବିଜୟୀ ହୋଇ ସମାଜରେ ଖ୍ୟାତି ଓ ସମ୍ମାନ ପାଇବେ। ନିଜର ଚିନ୍ତାଧାରାକୁ ସକାରାତ୍ମକ ରଖିବା ଫଳରେ ଲୋକମାନେ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟକ୍ତିଗତ ବିଷୟ ସମ୍ବନ୍ଧରେ ସମ୍ପର୍କୀୟମାନେ ଆପଣଙ୍କଠାରୁ ମତାମତ ନେଇପାରନ୍ତି।

ବୃଷ: ବ୍ୟବସାୟରେ କଠିନ ପରିଶ୍ରମର ସକରାତ୍ମକ ଫଳାଫଳ ପାଇବେ।  ନିଜର ଭାବନା ଓ କ୍ରୋଧକୁ ନିୟନ୍ତ୍ରଣ କରି ଉଚ୍ଚାଧିକାରୀଙ୍କର ପ୍ରିୟପାତ୍ର ହୋଇପାରିବେ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତାର ସହ ଯାତାୟାତ କରିବା ଉଚିତ୍।

ମିଥୁନ: ଆର୍ଥିକ ସ୍ଥିତିରେ ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ନିଜର ଦକ୍ଷତା ଅନୁଯାୟୀ ଭଲ ଲାଭ ପାଇବେ। କିଛି ଲୋକ ଆପଣଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରିବାକୁ ଚେଷ୍ଟା କରିପାରନ୍ତି।

କର୍କଟ: ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶରୀର ସୁସ୍ଥ ରହିବ ଓ ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ଆନନ୍ଦଦାୟକ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ ଓ ଯାନବାହନ ସୁଖ ମିଳିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘସ୍ଥାୟୀ ହେବ।

ସିଂହ:  ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପରିଚାଳନା ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ପାଇ ମାନସିକ ଶାନ୍ତି ଦେଖାଦେବ । ରାଜନୀତିରେ ଶତ୍ରୁମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ  ।

କନ୍ୟା: ସନ୍ତାନମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ ଓ ନୂତନ ଯାନ କିଣିପାରିବେ । ଆତ୍ମବିଶ୍ୱାସର ସହିତ କାର୍ଯ୍ୟ ଉପରେ ଧ୍ୟାନ ଦିଅନ୍ତୁ, ସବୁକାର୍ଯ୍ୟ ସୁରୁଖୁରୁରେ ହୋଇଯିବ । ଦୃଢ ସଂକଳ୍ପ ନେଇ ନୂତନ କାର୍ଯ୍ୟ ଆରମ୍ଭ କରିବାର ଯୋଜନା ପ୍ରସ୍ତୁତ କରିପାରିବେ ।

ତୁଳା: ସନ୍ତାନମାନଙ୍କ ସ୍ୱାସ୍ଥ୍ୟକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ରହିବେ । ବ୍ୟବସାୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ କିନ୍ତୁ ସଫଳତା ପାଇବେ ନାହିଁ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜସେବାରେ ମନ ବଳାଇବେ ।

ବିଚ୍ଛା:  କୌଣସି କଥାକୁ ନେଇ ନିଜ ସମ୍ପର୍କୀୟଙ୍କ ସହିତ ମନୋମାଳିନ୍ୟ ହେବ ।  ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ଓ ଗୁପ୍ତଶତ୍ରୁ ବୃଦ୍ଧି ପାଇବେ।  ଅପରାହ୍ନ ପରେ ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ।

ଧନୁ: କର୍ମକ୍ଷେତ୍ରରେ ଅପଦସ୍ତ ହେବେ, ଜଗିରଖି ରହିବାକୁ ପଡିବ । ନୂଆ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ, ଦୂରସ୍ଥାନକୁ ଯାତ୍ରା କଲାବେଳେ  ସତର୍କତାର ସହ  ଯାଆନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିପାରନ୍ତି ଏବଂ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ ।

ମକର: ପିଲାମାନଙ୍କର ସଫଳତା ଦେଖି ବାପାମା’ ଖୁସି ଅନୁଭବ କରିବେ । ଦୂରସ୍ଥାନକୁ ଯାତ୍ରା କରିବେ ଓ ବ୍ୟବସାୟରେ ଉନ୍ନତି କରିବେ । ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବେ।

କୁମ୍ଭ :କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତାମୂଳକ ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ମୀନ: ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିପାରିବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂରେଇଯିବ।

Related story