୨୮ଡିସେମ୍ବର, ମଙ୍ଗଳବାର; ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ  

ମେଷ: ପରିବାରରେ ସୁସ୍ଥ ବାତାବରଣ ରହିବ। ବ୍ୟବସାୟରେ ଅଧିକ ଲାଭ ହେବ। କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବୃଷ: ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ମିଥୁନ: ସରକାରୀ କାର୍ଯ୍ୟରେ ସଫଳତା ମିଳିବ। ବିଦ୍ୟାର୍ଥୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ। କର୍କଟ: ପୁରାତନ ରୋଗର ଉପଶମ ହେବ। ଉଚ୍ଚ ସମ୍ଭାବନାର ଆଶା, ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଶୁଭ […]

RASI

Tapaswini Nayak
  • Published: Tuesday, 28 December 2021
  • , Updated: 28 December 2021, 10:52 AM IST

ମେଷ: ପରିବାରରେ ସୁସ୍ଥ ବାତାବରଣ ରହିବ। ବ୍ୟବସାୟରେ ଅଧିକ ଲାଭ ହେବ। କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ।

ବୃଷ: ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ମିଥୁନ: ସରକାରୀ କାର୍ଯ୍ୟରେ ସଫଳତା ମିଳିବ। ବିଦ୍ୟାର୍ଥୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ: ପୁରାତନ ରୋଗର ଉପଶମ ହେବ। ଉଚ୍ଚ ସମ୍ଭାବନାର ଆଶା, ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ।

ସିଂହ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଘର ପାଇଁ କିଛି ଉପହାର କିଣିବେ।

କନ୍ୟା: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢ଼ିବା ସମ୍ଭବ ହେବ। ସଭାସମିତିରେ ସଫଳତା ମିଳିବ। ବିଦ୍ୟା ସମ୍ବନ୍ଧୀୟ ଶୁଭ ସମାଚାର ପ୍ରାପ୍ତ ହେବ।

ତୁଳା: କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡ଼କୁ ଆଗେଇ ପାରିବେ। ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା: ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ। ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ।

ଧନୁ: ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ପାଇବାର ସୁଯୋଗ ପାଇବେ। ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ।

ମକର: ପାରିବାରିକ କ୍ଷେତ୍ରରେ ସହନଶୀଳତା କାଏମ ରହିବ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।

କୁମ୍ଭ: ଘରକୁ ଅତିଥି ଆସିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ମୀନ: ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ।

 

 

Related story