୨୮ ଜୁନ୍‌, ମଙ୍ଗଳବାର: ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ

ମେଷ: ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ ।  ନିଜ କାର୍ଯ୍ୟରେ ସଫଳ ହେବେ ।  ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ବୃଷ: କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରିପାରିବେ । ଗୁରୁଜନମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ଆଦାୟ ହୋଇପାରେ। ମିଥୁନ: ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ […]

RASI

Niharika Rout
  • Published: Tuesday, 28 June 2022
  • , Updated: 28 June 2022, 08:08 AM IST

ମେଷ: ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ ।  ନିଜ କାର୍ଯ୍ୟରେ ସଫଳ ହେବେ ।  ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ।

ବୃଷ: କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରିପାରିବେ । ଗୁରୁଜନମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ଆଦାୟ ହୋଇପାରେ।

ମିଥୁନ: ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୂତ ହେବ । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ ।

କର୍କଟ: ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ  । ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଧିକାରୀମାନେ ସନ୍ତୋଷ ହେବେ।

ସିଂହ: ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ପରିବାରରେ ଅର୍ଥ ସଙ୍କଟ ଦୂରେଇ ଯିବାରୁ ଅତ୍ୟଧିକ ଆନନ୍ଦିତ ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

କନ୍ୟା: ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ ।

ତୁଳା: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ ।

ବିଚ୍ଛା: ସନ୍ତାନ ସନ୍ତତିଙ୍କ ଇଚ୍ଛା ଅନୁସାରେ କାର୍ଯ୍ୟ କରିବେ। ପୈତୃକ ସମ୍ପତ୍ତିକୁ ନେଇ ଦେଖାଦେଇଥିବା ପାରିବାରିକ ଦ୍ୱନ୍ଦର ମିମାଂସା ହେବ।  ପରିବାରରେ ସୁଖଶାନ୍ତି ବିରାଜମାନ କରିବ ।

ଧନୁ: ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବାସହ ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ ।  ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ସହଯୋଗ ପାଇ  ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ ।

ମକର: ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ। ପୁରାତନ ରୋଗର ଉପଶମ ହେବ। ଜରୁରୀ କାର୍ଯ୍ୟରେ ବନ୍ଧୁ ସହଯୋଗର ହାତ ବଢ଼ାଇବେ।

କୁମ୍ଭ: କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ଦ୍ୱାରା ପ୍ରଶଂସିତ ହେବେ । ପ୍ରିୟଜନଙ୍କ ସହଯୋଗରେ ବ୍ୟବସାୟରେ ଆର୍ଥିକ ଲାଭ ପାଇବେ। ପରିବାର ସହିତ ଆଜି ପରିଭ୍ରମଣ ଯୋଗ ରହିଛି । ସୁସ୍ୱାଦୁ ଭୋଜନ କରିବେ।

ମୀନ: ସନ୍ତାନ ସୁଖରେ ସୁଖୀ ହେବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ପାରିବାରିକ ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।  କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।

Related story