୨୮ ମାର୍ଚ୍ଚ, ରବିବାର: ଆକସ୍ମିକ ଧନ ପ୍ରାପ୍ତି ହେବ

ମେଷ: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବା ସହ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ବିଳାସ ବ୍ୟସନ, ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ। ବୃଷ: ସାହିତ୍ୟ, କଳାକ୍ଷେତ୍ରରେ ଆକର୍ଷିତ ହେବା ସହ ବାଣିଜ୍ୟ କ୍ଷେତ୍ରରେ ଭଲ ଫଳ ପାଇବେ । ବନ୍ଧୁମିଳନ ହେତୁ ମନ ଖୁସି ରହିବ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ […]

RASI

RASI

Niharika Rout
  • Published: Sunday, 28 March 2021
  • Updated: 28 March 2021, 08:48 AM IST

Sports

Latest News

ମେଷ: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବା ସହ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ବିଳାସ ବ୍ୟସନ, ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ: ସାହିତ୍ୟ, କଳାକ୍ଷେତ୍ରରେ ଆକର୍ଷିତ ହେବା ସହ ବାଣିଜ୍ୟ କ୍ଷେତ୍ରରେ ଭଲ ଫଳ ପାଇବେ । ବନ୍ଧୁମିଳନ ହେତୁ ମନ ଖୁସି ରହିବ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ: ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କୌଣସି ପ୍ରିୟମିତ୍ରଙ୍କ ଯୋଗେ ଚିନ୍ତା ଭାବନା ଦୂର ହୋଇଯିବ । ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ: ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗଁ ନୂତନ ବ୍ୟବସାୟର ଯୋଜନା କରିବେ । ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ସିଂହ: ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ବିଦ୍ୟାରେ ଉନ୍ନତି ହେବା ସହ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ବନ୍ଧୁଙ୍କୁ ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ପ୍ରତିକାର- କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା: କର୍ମ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିପାରିବେ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା: ଶିକ୍ଷା, କ୍ରୀଡା ପ୍ରତିଯୋଗିତାରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର ହେବ । ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କଷ୍ଟକର ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ       ।

ବିଚ୍ଛା: ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇ ଆୟ ଉପାର୍ଜନରେ ବୃଦ୍ଧି ହେବ। ଅଳ୍ପ ପରିଶ୍ରମରେ ବହୁତ ଧନଲାଭ ହୋଇ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ବିରୋଧୀମାନଙ୍କୁ ପରାସ୍ତ କରି ଯାହା ଆଶା କରିବେ ତାହା ପୂରଣ ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ଧନୁ: ପାରିବାରିକ ବ୍ୟବସ୍ଥା ପରିବର୍ତ୍ତନ ସାଙ୍ଗକୁ ନିଜକୁ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ନୃତ୍ୟଗୀତ, କଳାସଙ୍ଗୀତ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ମଜ୍ଜି ରହିବେ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପ୍ରତିକାର-ହଳଦି ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର: ଅବହେଳିତ ଲୋକଙ୍କ ସହ ମିଳାମିଶା କାମ କରି ପ୍ରଶଂସିତ ହେବେ। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ: ଶ୍ରମ ସାର୍ଥକ ହେବା ସହ ଯେ କୌଣସି ଘଟଣାକୁ ସ୍ୱିକାର କରିବା ପାଇଁ ପ୍ରସ୍ତୁତ ରହିବେ। ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତିକାର- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ: ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ହେବ। ପ୍ରତିକାର- ମିଶ୍ରି  ଖାଇ ଘରୁ ବାହାରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos