ମେଷ: ସାମାଜିକ କ୍ଷେତ୍ରରେ ପଦ ମର୍ଯ୍ୟାଦା ବୃଦ୍ଧି ପାଇବା ସହ ସନ୍ତାନଙ୍କ ଦ୍ୱାରା ଶୁଭ ସମାଚାର ପାଇବେ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟି ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ ।
ବୃଷ: ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟ ଗତି ଉତ୍ସାହପୂର୍ଣ୍ଣ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବିଦ୍ୟାର୍ଥୀମାନେ ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ ।
ମିଥୁନ: କଠିନ ପରିଶ୍ରମ କଲେ କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। ଅନେକଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ । ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଅନାବଶ୍ୟକ ଧାଁଦୌଡ଼ କରିପାରନ୍ତି।
କର୍କଟ: ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ବନ୍ଧୁଙ୍କ ଦ୍ୱାରା ସମ୍ପାଦନ କରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି ।
ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।
କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।
ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।
ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।
ମକର: ଘରକୁ ବନ୍ଧୁଙ୍କର ଆଗମନ ହେବାରୁ ମନ ଖୁସି ରହିବ ଓ ସୁସ୍ୱାଦୁ ଭୋଜନ କରିବେ। ଦୂରସ୍ଥାନକୁ ଗଲାବେଳେ ସାବଧାନ ସହିତ ଯାଆନ୍ତୁ ଏବଂ କାହାରି ସହିତ କଳହ କରନ୍ତୁ ନାହିଁ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି କ୍ଷେତ୍ରରେ ସଫଳତା ପାଇବେ।
କୁମ୍ଭ: ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ଜୀବନସାଥିଙ୍କ ସହ ଭୁଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ନାନାବିଧ ସୁଯୋଗ ପ୍ରାପ୍ତି ହେବ ।
ମୀନ: କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହୋଇପାରେ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟା ଦୂର ହୋଇ ଆର୍ଥିକ ସ୍ଥିତିରେ ସୁଧାର ଆସିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।