୨୮ ଅକ୍ଟୋବର, ଶୁକ୍ରବାର,ଋଣ ପରିଶୋଧ କରିବାର ସୁଯୋଗ ପାଇବେ

ମେଷ: କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇପାରିବେ। ପରିବାରଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ  । ବୃଷ: ପୁରୁଣା ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ନୂତନ ବ୍ୟବସାୟର ସୁଯୋଗ ପାଇବେ ଓ ନୂତନ କାର୍ଯ୍ୟାରମ୍ଭ କରିପାରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ମିଥୁନ: ବ୍ୟବସାୟୀମାନେ ଆବଶ୍ୟକତାଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ […]

RASI

  • Published: Friday, 28 October 2022
  • , Updated: 28 October 2022, 07:34 AM IST

ମେଷ: କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇପାରିବେ। ପରିବାରଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ  ।

ବୃଷ: ପୁରୁଣା ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ନୂତନ ବ୍ୟବସାୟର ସୁଯୋଗ ପାଇବେ ଓ ନୂତନ କାର୍ଯ୍ୟାରମ୍ଭ କରିପାରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ ।
ମିଥୁନ: ବ୍ୟବସାୟୀମାନେ ଆବଶ୍ୟକତାଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ଘଟଣାର ସମାଧାନ ହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ।

କର୍କଟ: ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ ସମ୍ପତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ ।

ସିଂହ: ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟରେ ଉନ୍ନତିହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ।

କନ୍ୟା: ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ଅଧା ଅଧୁରା ଥିବା କାର୍ଯ୍ୟ ପୂରଣ ହେବ । ସହକର୍ମୀମାନଙ୍କର ସହଯୋଗ ପାଇ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ।

ତୁଳା: ସାଙ୍ଗମାନଙ୍କ ସାହାଯ୍ୟରେ, ଆପଣଙ୍କର ସମସ୍ତ କାର୍ଯ୍ୟ ସହଜ ସରଳରେ ସମାପ୍ତ କରିପାରିବେ । ଜୀବନ ସାଥୀଙ୍କ ପରାମର୍ଶରେ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ ।

ବିଚ୍ଛା: ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।

ଧନୁ: ସାଙ୍ଗ ସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖଶାନ୍ତି ବର୍ଦ୍ଧିତ ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବା ହେତୁ ସବୁ ସ୍ଥାନରେ ଭଲ ପ୍ରଦର୍ଶନ କରିପାରିବେ ।

ମକର:ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବା ସହ ସ୍ବାସ୍ଥ୍ୟ ଭଲ ରହିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହଶୀଳତା କାଏମ ରହିବ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ।

କୁମ୍ଭ :ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ସରକାରୀ କ୍ଷେତ୍ରରେ ଅନେକ କାର୍ଯ୍ୟ ସମାଧାନ ହେବ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଭଲଲାଭ ପାଇବେ ।  ଉଚିତ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି ।

ମୀନ: ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ।  ପଦସ୍ଥ ଅଧିକାରୀଙ୍କ ସହ ଦେଖାହୋଇ କେତେକ ସମସ୍ୟାର ସମାଧାନ କରି ପାରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।

 

Related story