୨୯ ମାର୍ଚ୍ଚ, ମଙ୍ଗଳବାର: ଶରୀରରେ ଆଘାତ ଲାଗିବାର ଆଶଙ୍କା ରହିଛି

ମେଷ: କର୍ମକ୍ଷେତ୍ରରେ ମାନସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମନ ମୁତାବକ କାର୍ଯ୍ୟ କରିବାର ସୁଯୋଗ ପାଇବେ। ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭଲ ପାଇବା ବଢ଼ିବ। ପ୍ରତ୍ୟେକ କାର୍ଯ୍ୟରେ ଶୁଭଫଳ ପାଇବେ। ବୃଷ: ବ୍ୟବସାୟ ବାଣିଜ୍ୟରେ ଲାଭ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଯିବାରୁ ମନରେ ଅସ୍ଥିରତା ବଢିବ। ଛାତ୍ରଛାତ୍ରୀମାନେ ପାଠ ପଢାରେ ଉନ୍ନତି କରିବେ। ମିଥୁନ: କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରାପ୍ତି ହେବାରୁ ଖୁସି ଅନୁଭବ କରିବେ।  ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପରିବାରରେ ଖୁସିରେ […]

RASI

Niharika Rout
  • Published: Tuesday, 29 March 2022
  • , Updated: 29 March 2022, 08:13 AM IST

ମେଷ: କର୍ମକ୍ଷେତ୍ରରେ ମାନସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମନ ମୁତାବକ କାର୍ଯ୍ୟ କରିବାର ସୁଯୋଗ ପାଇବେ। ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭଲ ପାଇବା ବଢ଼ିବ। ପ୍ରତ୍ୟେକ କାର୍ଯ୍ୟରେ ଶୁଭଫଳ ପାଇବେ।

ବୃଷ: ବ୍ୟବସାୟ ବାଣିଜ୍ୟରେ ଲାଭ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଯିବାରୁ ମନରେ ଅସ୍ଥିରତା ବଢିବ। ଛାତ୍ରଛାତ୍ରୀମାନେ ପାଠ ପଢାରେ ଉନ୍ନତି କରିବେ।

ମିଥୁନ: କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରାପ୍ତି ହେବାରୁ ଖୁସି ଅନୁଭବ କରିବେ।  ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପରିବାରରେ ଖୁସିରେ ସମୟ ଅତିବାହିତ କରିବେ, କିନ୍ତୁ ଶରୀରରେ ଆଘାତ ଲାଗିବାର ଆଶଙ୍କା  ରହିଛି।

କର୍କଟ: ସାମାନ୍ୟ ଘଟଣାକୁ ନେଇ ପରିବାରରେ ତିକ୍ତତା ଦେଖାଦେବ। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍‌ ମିଳିବ। ଗୁପ୍ତ ଶତ୍ରୁ ଅସୁବିଧାରେ ପକାଇ ପାରନ୍ତି। ବ୍ୟବସାୟରେ କଳହ ହେବ ।

ସିଂହ: ଘରକୁ ଅତିଥିଙ୍କ ଆଗମନ ହେବା ସହିତ ସୁସ୍ୱାଦୁ ଭୋଜନ କରିବେ। ବ୍ୟବସାୟ ବାଣିଜ୍ୟରେ ସଫଳତା ପାଇଲେ ମଧ୍ୟ ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଅର୍ଥହାନୀ ଘଟିବ । ଛାତ୍ରଛାତ୍ରୀ ପାଠ ପଢାରେ ଉନ୍ନତି କରିବେ ।

କନ୍ୟା: ଘରୋଇ କମ୍ପାନୀରେ  କାର୍ଯ୍ୟ କରୁଥିବା କର୍ମଚାରୀ ଚିନ୍ତିତ ରହିବେ।  ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ହେବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ଘରେ ମାଙ୍ଗଳିକ କାର୍ଯ୍ୟ ପାଇଁ ବନ୍ଧୁଙ୍କର ସହଯୋଗ ଲୋଡିବେ।

ତୁଳା: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ। ବିଭିନ୍ନ ସମସ୍ୟାର ସମାଧାନ ହେବ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ବିଛା: ପାରିବାରିକ କ୍ଷେତ୍ରରେ ମତାନ୍ତର ଦେଖାଦେଇପାରେ। କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ଘର ପାଇଁ କିଛି ଜିନିଷ କିଣିପାରନ୍ତି।

ଧନୁ: ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ  ସାମ୍ନା କରି  କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମକର: ଆଜି ଆତ୍ମୀୟ ସ୍ୱଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ଅଗ୍ନି ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରହିବା ଭଲ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସ୍ତ୍ରୀଙ୍କ ସହ ମନୋମାଳିନ ହୋଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।

ମୀନ: ଆତ୍ମୀୟଙ୍କ ସାହାଯ୍ୟ ସହଯୋଗ ପାଇ ଆନନ୍ଦିତ ହେବେ। ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯାଗ ରହିଛି। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ।

Related story