/odisha-reporter/media/post_attachments/uploadimage/library/16_9/16_9_0/Rashi_1690942728.jpg)
Rashi
ମେଷ: ଘରେ ବାହାରେ ସବୁଠି ଆଦର ସମ୍ମାନ ମିଳିବ । ପୂର୍ବର ଯୋଜନାକୁ ସଫଳ ରୂପାୟନ ଦେବା ଲାଗି କ୍ରମାଗତ ପ୍ରୟାସ କରି ସଫଳ ହେବେ । ଧନଲାଭର ଯୋଗ ରହିଛି । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।
ବୃଷ: ଆର୍ଥିକ ଅଭିବୃଦ୍ଧି ଘଟିବ । ମନରେ ନୂଆ ନୂଆ ଚିନ୍ତା ଦେଖାଦେବ। ମହିଳା ମାନେ ଘରେ ବାହାରେ ସବୁଠି ପ୍ରସଂଶନୀୟା ହେବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ଆୟବୃଦ୍ଧି ସହ ପାରିବାରିକ ଜୀବନ ସୁଖମୟ ରହିବ ।
ମିଥୁନ: କର୍ମ କ୍ଷେତ୍ରରେ ସାହାଯ୍ୟ ସହାନୁଭୂତି ମିଳିବା ସହ ପଦୋନ୍ନତି ମିଳିବାର ସମ୍ଭାବନା ରହିଛି । ଆର୍ଥିକ ଉନ୍ନତି ଫଳରେ ଭାରାକ୍ରାନ୍ତ ମନ ପ୍ରଫୁଲ୍ଲିତ ରହିବ । ଯାନବାହନ ଚଳାଚଳରେ ସାବଧାନତା ଅବଲମ୍ବନ କରନ୍ତୁ । ଗୃହିଣୀମାନେ ପରିବାରରେ ପ୍ରଶଂସନୀୟା ହେବେ ।
କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।
ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।
କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।
ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।
ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।
ମକର : ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ, କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ।
କୁମ୍ଭ: ବ୍ୟବସାୟରେ ଲାଭ ପାଇଲେ ମଧ୍ୟ ପରିବାରରେ ଅଶାନ୍ତି ସୃଷ୍ଟି ହେବ। ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସା ମିଳିବ ନାହିଁ । ପିଲାମାନଙ୍କ ସ୍ଵଭାଵ ଆଚରଣ ଭଲ ନ ରହିବାରୁ ବାପାମା ମନ ଦୁଃଖ କରିବେ।
ମୀନ: ନିଜର ମିଷ୍ଟ ବ୍ୟବହାର ଓ ଦକ୍ଷତା ବଳରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିନେବେ । କୌଣସି ଧାର୍ମିକ ଅନୁଷ୍ଠାନ ତରଫରୁ ଆପଣଙ୍କୁ କିଛି ବଡ଼ ଦାୟିତ୍ୱ ମିଳିପାରେ । ବିଦ୍ୟାର୍ଥି ପାଠପଢ଼ାରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ । ନୂତନ ନିଯୁକ୍ତି ପାଇବାର ସମ୍ଭାବନା ଅଧିକ ରହିଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
