ମେଷ: ଜଗି ରଖି ଚଳନ୍ତୁ । ଭାଇ,ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହୋଇପାରେ । ଶରୀର ସୁସ୍ଥ ରହିବ, ବକେୟା ଅର୍ଥ ହସ୍ତଗତ ହେବ । ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।
ବୃଷ: ଯେକୈାଣସି ପରିସ୍ଥିତିରେ ମଧ୍ୟ ଆପଣ ବୁଦ୍ଧିବଳ ଖଟାଇ କାମ ହାସଲ କରିବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କାର୍ଯ୍ୟ କରି ପ୍ରଶଂସିତ ହେବେ । ଅର୍ଥଲାଭ ଓ ଶୁଭଖବର ପାଇ ମନ ଖୁସି ହୋଇଯିବ ।
ମିଥୁନ: ସମସ୍ତ କାମରେ ସାହସିକ ପଦେକ୍ଷପ ନେଇ କୃତକାର୍ଯ୍ୟ ହେବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । କ୍ରୀଡା,ଚଳଚ୍ଚିତ୍ର ଓ କଳା,ସାହିତ୍ୟରେ ଉନ୍ନତି କରିବେ।
କର୍କଟ: ହସ ଖୁସିରେ ଦିନଟି କାଟିବେ, କୈାଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି । ଆମଦାନୀ, ରପ୍ତାନୀ କାରବାରରେ ଲାଭ ବାନ ହେବେ । ବୁଦ୍ଧି ବିବେକ ଓ ଜ୍ଞାନ ବଳରେ ପୂର୍ବ ସମସ୍ୟାର ସରଳ ସମାଧନ କରିବେ।
ସିଂହ: ଅଟକି ରହିଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ଅପରାହ୍ନରେ କୋଣସି ଶୁଭଖବର ପାଇ ଖୁସି ହେବେ। ପରିବାରରେ ଭାତୃ ସମ୍ପର୍କ ସୁଦୃଢ ହେବ।
କନ୍ୟା: କର୍ମକ୍ଷେତ୍ରରେ ବାଦ ବିବାଦ ଦେଖାଦେଇପାରେ । ପାରିବାରିକ ଜୀବନ ସୁଖପ୍ରଦ ହେବ ଜୀବନ ସାଥୀର ସାହାଯ୍ୟ ସହଯୋଗ ପାଇ ମନୋବଳ ସୁଦୃଢ ହେବ। ଆଇନ ଅଦାଲତରେ ମାମଲାର ବିଚାର ଆପଣଙ୍କ ସପକ୍ଷରେ ଆସିବ । ...
ତୁଳା: ମାନସିକ ଚିନ୍ତା, ଶାରୀରିକ ଅସୁସ୍ଥତା ଯୋଗୁଁ ମନ ଭାରାକ୍ରାନ୍ତ ହେବ। କୌଣସି ମାଙ୍ଗଳିକ ବିଷୟରେ ଆଲୋଚନା କରି ଶେଷ ପର୍ଯ୍ୟାୟରେ ପହଞ୍ଚିବେ। ବ୍ୟବସାୟ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ବିଛା: ବହୁ ଦିନର ଆଶା ଅଭିଳାଷ ପୁରଣ ହେବ। ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ, ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ।
ଧନୁ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ଲକ୍ଷ୍ୟ ସ୍ଥଳରେ ପହଁଞ୍ଚିବା ପାଇଁ କେହି ଜଣେ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ।
ମକର: ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ। ଅପରାହ୍ନରେ କୈାଣସି ଶୁଭ ଖବର ଶୁଣିପାରନ୍ତି। ଆୟ ବୃଦ୍ଧି ଘଟିବ, ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ ।
କୁମ୍ଭ: ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି । ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ।
ମୀନ: ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ,ଫଳରେ କାମ ପ୍ରତି ସ୍ପୃହା ରହିବ ନାହିଁ । କର୍ମକ୍ଷେତ୍ରରେ କୈାଣସି ସଠିକ୍ ନିଷ୍ପତି ନେଇ ପାରିବେ ନାହିଁ । ପ୍ରତିବନ୍ଧକ କାରଣରୁ ଶେଷ ସମୟରେ ଯାତ୍ରା ସ୍ଥଗିତ ରହିଯିବ ।