ମେଷ: ବନ୍ଧୁଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଉଦ୍ୟମ କରି ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ସଫଳ ହେବେ।
ବୃଷ: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ ।
ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଆର୍ଥିକ ସମସ୍ୟାର ସମାଧାନ ହେବ। ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିବ।
କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ । ବନ୍ଧୁ ଦର୍ଶନର ସୁଯୋଗ ଅଛି। ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ସିଂହ: ବିଳମ୍ବ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କନ୍ୟା: ପରିସ୍ଥିତିକୁ ଲାଘବ କରିବା ପାଇଁ କିଛି ଅର୍ଥ ବ୍ୟୟ କରିବାକୁ ପଡ଼ିବ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ ।
ତୁଳା: ସାଙ୍ଗମାନଙ୍କୁ ଅଧିକ ବିଶ୍ୱାସ କଲେ ବ୍ୟବସାୟ କାର୍ଯ୍ୟର ଗତି ବୃଦ୍ଧି ପାଇବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଉଚିତ୍ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।
ବିଚ୍ଛା: ସାଧାରଣ ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ଆଗରେ ନତମସ୍ତକ ହେବେ । ଦାମୀ ଯାନ ଏବଂ ବିଳାସପୂର୍ଣ୍ଣ ସାମଗ୍ରୀ କ୍ରୟ କରିବା ପାଇଁ ମନ ବଳେଇପାରନ୍ତି । ଦାମ୍ପତ୍ୟ ସଂପର୍କରେ ପରସ୍ପର ପ୍ରତି ସମର୍ପିତ ହେବେ।
ଧନୁ: ସମ୍ପତ୍ତି ପ୍ରସଙ୍ଗରେ ସଫଳତା ମିଳିବା ସହ କ୍ୟାରିଅରରେ ବିଶେଷ ସଫଳତା ପାଇବେ । ସକାରାତ୍ମକ ଚିନ୍ତା ମନକୁ ଆସିବା ଫଳରେ ଘରେ ସୁଖ ଶାନ୍ତିର ପରିବେଶ ରହିବ । ଅନ୍ୟ ପ୍ରଭାବରେ ପ୍ରଭାବିତ ହୋଇ କୌଣସି ନିଷ୍ପତ୍ତି ନେବାଠାରୁ ଦୂରେଇ ରୁହନ୍ତୁ ।
ମକର: କର୍ମକ୍ଷେତ୍ରରେ ପଦୋନ୍ନତି ପାଇଁ ଟିକେ ଚିନ୍ତିତ ହୋଇପାରନ୍ତି । ଅନାବଶ୍ୟକ ଖର୍ଚ୍ଚ ଉପରେ ଅଙ୍କୁଶ ଲଗେଇଲେ ଆର୍ଥିକ ସମସ୍ୟା ଦୂର ହୋଇଯିବ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।
କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ମୀନ: ଆପଣଙ୍କ ପାଇଁ ଦିନଟି ଲାଭପ୍ରଦ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।ବ୍ୟବସାୟରେ ଉନ୍ନତି କରିବା ସହିତ ଲାଭ ମଧ୍ୟ ପାଇବେ । ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ ।