ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ ।
ବୃଷ: ମାନସିକ ଅସ୍ଥିରତା ଯୋଗୁଁ କୌଣସି କାମକୁ ସମ୍ପନ୍ନ କରିପାରିବେନି । ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବ ନାହିଁ ।
ମିଥୁନ: ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହେବ । ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିବ। ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ ।
କର୍କଟ: ଆପଣ ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ । ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ । ବନ୍ଧୁ ଦର୍ଶନର ସୁଯୋଗ ଅଛି । ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ସିଂହ: ଆଜି ବିଳମ୍ବିତ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହେବ । ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।
କନ୍ୟା: ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନମ୍ର କଥା ଓ କିଛିଟା ଅର୍ଥ ବ୍ୟୟ ସାହାଯ୍ୟ କରିବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ସାହିତ୍ୟ ଓ ସଭା ସମିତିରେ ମୁଖ୍ୟ ଭୂମିକା ଗ୍ରହଣ କରି ପାରନ୍ତି ।
ତୁଳା: ସାଂଗଠନିକ କାର୍ଯ୍ୟରେ ଅଂଶଗ୍ରହଣ କରି ପ୍ରଶଂସା ପାଇବେ । କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ। ବିଦେଶ ଯାତ୍ରାରେ ସଫଳ ହେବା ସହ ଉତ୍ସାହ ଉଲ୍ଲାସରେ ଆଜି ସମୟ ଅତିବାହିତ କରିବେ ।
ବିଛା: ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନ ପନ୍ଥା ଅନୁସରଣ କରିପାରନ୍ତି। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।
ଧନୁ: ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବା ସହ ସରକାରୀ କାମରେ ସଫଳତା ପାଇବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।
ମକର: ଆଜି ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ । କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ପୁରାତନ ରୋଗର ଉପଶମ ହେବ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ ।
କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପଶାନ୍ତୁ ନାହିଁ ।
ମୀନ: ଆଜି ଦିନଟି ଆପଣଙ୍କ ପାଇଁ ଲାଭ ପ୍ରଦ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।