ମେଷ: ପାରିବାରିକ କ୍ଷେତ୍ରରେ ମତାନ୍ତର ଦୂର ହୋଇଯିବ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ।
ବୃଷ: ମାନ-ସମ୍ମାନ ବୃଦ୍ଧି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ।
ମିଥୁନ: ଦିନଟି ଭଲରେ କଟିବ। ଶତ୍ରୁମାନେ ପରାଜିତ ହେବେ। ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ ।
କର୍କଟ: ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇ ପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି।
ସିଂହ: ଆଜି ମନ ଅସ୍ଥିର ରହିବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ ।
କନ୍ୟା: ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।
ତୁଳା: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ। ବିଭିନ୍ନ ସମସ୍ୟାର ସମାଧାନ ହେବ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।
ବିଛା: ପାରିବାରିକ କ୍ଷେତ୍ରରେ ମତାନ୍ତର ଦେଖାଦେଇପାରେ। କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ଘର ପାଇଁ କିଛି ଜିନିଷ କିଣିପାରନ୍ତି।
ଧନୁ: ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମ୍ନା କରି କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ମକର: ଆଜି ଆତ୍ମୀୟ ସ୍ୱଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ଅଗ୍ନି ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରହିବା ଭଲ।
କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସ୍ତ୍ରୀଙ୍କ ସହ ମନୋମାଳିନ ହୋଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।
ମୀନ: ଆତ୍ମିୟଙ୍କ ସାହାଯ୍ୟ ସହଯୋଗ ପାଇ ଆନନ୍ଦିତ ହେବେ। ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯାଗ ରହିଛି। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ।