ମେଷ: ଅଳସୁଆ ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ବ୍ୟସ୍ତତା ଭିତରେ ରହିବେ।
ବୃଷ: ଆତ୍ମବିଶ୍ୱାସ ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ମିଥୁନ: ନୂତନ ବ୍ୟବସାୟ କରିବାକୁ ଯୋଜନା କରିପାରନ୍ତି। ଚାକିରିଆଙ୍କୁ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ସୁସ୍ଥ ରହିବେ।
କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହେବ। ଆୟ ଅନୁସାରେ ବ୍ୟୟ ବଢ଼ିବ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।
ସିଂହ: ମାନ-ସମ୍ମାନ ମିଳିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବିବାହ ସ୍ଥିର ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।
ତୁଳା: ଦିନଟି ଭଲରେ କଟିବ। ଆୟ ବୃଦ୍ଧି ହେବ। ବନ୍ଧୁଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।
ବିଚ୍ଛା:ବ୍ୟବସାୟରେ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ବାତାବରଣ ରହିବ।
ଧନୁ: ଅସୁସ୍ଥ ଅନୁଭବ କରିବେ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ।
ମକର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଦାମ୍ପତ୍ୟ ଜୀବନ ଭଲରେ କଟିବ।
କୁମ୍ଭ: ଅଧିକ ପରିଶ୍ରମ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ନୂତନ ବସ୍ତ୍ର ପରିଧାନ କରିପାରନ୍ତି।
ମୀନ: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ।