/odisha-reporter/media/post_attachments/uploadimage/library/16_9/16_9_0/Rasi_1678241302.jpg)
Rasi
ମେଷ: ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇପାରେ।
ବୃଷ: କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସହଯୋଗ ମିଳିବ। ମାନସିକ ସ୍ତରରେ ଶକ୍ତିଶାଳୀ ହେବେ। ଆପଣଙ୍କ ସହଯୋଗକୁ ଲୋକମାନେ ଅଣଦେଖା କରିପାରନ୍ତି, ତଥାପି ଆପଣ ଲୋକମାନଙ୍କୁ ସାହାଯ୍ୟ କରିବେ।
ମିଥୁନ: ସ୍ୱାସ୍ଥ୍ୟ ଭଲ ରହିବ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। ଗୁରୁଜନମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ମାଦକ ଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କର୍କଟ: ପ୍ରଶଂସିତ ହେବେ। ବନ୍ଧୁମିଳନ ହେତୁ ମନ ଖୁସି ରହିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ-ସମୃଦ୍ଧି ବୃଦ୍ଧି ହେବ।
ବ୍ୟବସାୟ କ୍ଷେତ୍ରରେ ଆଶା କରୁଥିବା ଲାଭ ପାଇବେ।
ସିଂହ: ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ। ଶତ୍ରୁମାନେ ସାମ୍ନାକୁ ଆସିବେ ନାହିଁ। ଧନପ୍ରାପ୍ତି ହେବ। ଉଚ୍ଚ ସମ୍ମାନ ପାଇବେ। ଆତ୍ମନିର୍ଭରଶୀଳ ହେବେ।
କନ୍ୟା: ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ।
ତୁଳା: କାମଧନ୍ଦାରେ ମନ ଲାଗିବା ଫଳରେ ବିଶେଷ ଉପକୃତ ହେବେ। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।
ବିଚ୍ଛା: ବ୍ୟବସାୟରେ ଅଧିକ ଲାଭ ହେବ। ଅଚାନକ ଧନପ୍ରାପ୍ତି ହୋଇ ଆର୍ଥିକସ୍ଥିତି ସୁଧୁରି ଯିବ। ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମ କ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ।
ଧନୁ: ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ ।
ମକର: ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଅର୍ଥଲାଭର ମାର୍ଗ ଖୋଲି ଯିବାସହ କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି।
କୁମ୍ଭ: ବରିଷ୍ଠ ବ୍ୟକ୍ତିଙ୍କ ଆଶୀର୍ବାଦ ପାଇ କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ପ୍ରଶଂସିତ ହେବ। ନୂତନ ବ୍ୟବସାୟର ଯୋଜନା କରିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ବନ୍ଧୁତ୍ଵ ବୃଦ୍ଧି ପାଇବ ।
ମୀନ: ଧନପ୍ରାପ୍ତିର ଯୋଗ ରହିଛି। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
