୩୦ ମାର୍ଚ୍ଚ, ଗୁରୁବାର: ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି

ବ୍ୟବସାୟ ବାଣିଜ୍ୟରେ କ୍ଷତି ହେବ ଏବଂ ଶତ୍ରୁ ଉପୁଜି ପାରନ୍ତି । ବନ୍ଧୁବାନ୍ଧବଙ୍କ ସହ ବିବାଦ ଦେଖାଦେଇପାରେ ।

Representational Image

  • Published: Thursday, 30 March 2023
  • , Updated: 30 March 2023, 07:39 AM IST

ମେଷ: ବ୍ୟବସାୟ ବାଣିଜ୍ୟରେ ଆୟ ଭଲ ହେବ । ନୂତନ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ, ବ୍ୟବସାୟରେ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ।

ବୃଷ: ବ୍ୟବସାୟ ବାଣିଜ୍ୟରେ କ୍ଷତି ହେବ ଏବଂ ଶତ୍ରୁ ଉପୁଜି ପାରନ୍ତି । ବନ୍ଧୁବାନ୍ଧବଙ୍କ ସହ ବିବାଦ ଦେଖାଦେଇପାରେ । ଚାକିରି କ୍ଷେତ୍ରରେ ମଧ୍ୟ ସମସ୍ୟା ଉପୁଜିପାରେ ।

ମିଥୁନ: ବ୍ୟବସାୟ ବାଣିଜ୍ୟରେ ଆଶାରୁ ଅତ୍ୟଧିକ ଲାଭ କରିବେ । ଚାକିରି କ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କଠାରୁ ପ୍ରଶଂସା ପାଇବେ । ଧାର୍ମିକ ମନୋବୃତି ମନରେ ଜାଗ୍ରତ ହେବ ।

କର୍କଟ: ସବୁ ଦିଗରୁ ସଫଳତା ମିଳିବ। ମାନସିକ ଦୁଃଶ୍ଚିନ୍ତା ଦୂର ହୋଇଯିବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ । ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର : ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ, କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ।

କୁମ୍ଭ : ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ । ସ୍ୱାମୀ ସ୍ତ୍ରୀ ମଧ୍ୟରେ ଛୋଟ କଥାକୁ ନେଇ ଅଶାନ୍ତି ହେବ । ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରୁ ମନ ଖୁସି ରହିବ।

ମୀନ : ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ। ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ ଓ ଘର ପାଇଁ ନୂଆ ଦ୍ରବ୍ୟ କ୍ରୟ କରିବେ। ଅଟକିଥିବା ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରୁ ମନ ଖୁସି ରହିବ।

Related story