ମେଷ: ନୂଆ ବନ୍ଧୁଙ୍କ ସହିତ ଭେଟ ହେବ। ସୁସ୍ୱାଦୁ ଭୋଜନ କରିବେ। ବ୍ୟବସାୟରେ ଭଲ ଲାଭ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ସିଂହ: ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ସୁସ୍ୱାଦୁ ଭୋଜନ କରିବେ। ବାକି ପଡ଼ିଥିବା ଅର୍ଥ ଆଦାୟ ହେବ। ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ।
କନ୍ୟା: ସାମାଜିକ କ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। ଖୁସି ଖବର ମିଳିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଉନ୍ନତି କରିବେ। ନୂଆ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ।
ତୁଳା: ସନ୍ତାନମାନଙ୍କ ସ୍ୱାସ୍ଥ୍ୟକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ରହିବେ। ବ୍ୟବସାୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ ଓ ସଫଳତା ପାଇବେ।
ଦାମ୍ପତ୍ୟ ଜୀବନ ସୁଖମୟ ରହିବ।
ବିଛା: କୌଣସି କଥାକୁ ନେଇ ନିଜ ସମ୍ପର୍କୀୟଙ୍କ ସହିତ ମନୋମାଳିନ୍ୟ ହେବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଉନ୍ନତି କରିବେ ଓ ସଫଳତା ପାଇବେ। ଅପରାହ୍ନ ପରେ ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ।
ଧନୁ: କର୍ମକ୍ଷେତ୍ରରେ ଅପଦସ୍ତ ହୋଇପାରନ୍ତି। ଜଗିରଖି ରହିବାକୁ ପଡ଼ିବ। ନୂଆ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ। ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନତା ଅବଲମ୍ବନ କରନ୍ତୁ।
ମକର: ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟରେ ବ୍ୟୟ ବଢ଼ିବାରୁ ମନ ଭଲ ରହିବ ନାହିଁ। ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ।
କୁମ୍ଭ: ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ଭ୍ରମଣ ଯୋଗ ରହିଛି। ବ୍ୟବସାୟରେ ଭଲ ଲାଭ ପାଇବେ। କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ।
ମୀନ: ଦୂରସ୍ଥାନକୁ ଯାତ୍ରା କଲେ ମଧ୍ୟ ସଫଳତା ପାଇବେ ନାହିଁ। କୌଣସି କଥାକୁ ନେଇ ମନସ୍ତାପ କରିବେ। ସନ୍ତାନ ମାନଙ୍କ କାର୍ଯ୍ୟକଳାପକୁ ନେଇ ବାପାମା’ ଚିନ୍ତିତ ରହିବେ।