୩୧ ଡିସେମ୍ବର, ଶୁକ୍ରବାର: ଉପରିସ୍ଥ ଅଧିକାରୀଙ୍କୁ ସନ୍ତୁଷ୍ଠ କରି ପ୍ରଶଂସା ପାଇବେ

ମେଷ: ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ ।  ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ବୃଷ: ସାମାଜିକ ସ୍ତରରେ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରି ସମ୍ମାନ ପାଇବେ  । ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରିବେ  । ମିଥୁନ: […]

RASI

Niharika Rout
  • Published: Friday, 31 December 2021
  • , Updated: 31 December 2021, 08:16 AM IST

ମେଷ: ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ ।  ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।

ବୃଷ: ସାମାଜିକ ସ୍ତରରେ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରି ସମ୍ମାନ ପାଇବେ  । ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରିବେ  ।

ମିଥୁନ: ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ ।   ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂରହୋଇ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ ।

କର୍କଟ: ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ  । ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ପ୍ରଶଂସା ପାଇବେ ଓ ବିଦ୍ୟା କ୍ଷେତ୍ରରେ ଶୁଭ ସୂଚନା ଶୁଣିବାକୁ ପାଇବେ ।

ସିଂହ: ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଅଧ୍ୟାତ୍ମିକ ଚେତନା ଦେଖାଦେବ । ଶତ୍ରୁମାନେ ପରାଜିତ ହୋଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ପ୍ରତିଯୋଗୀତାମୂଳକ ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

କନ୍ୟା: ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବା ସହ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ । ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତି ହିସାବରେ ସମ୍ମାନ ପାଇବେ । ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନ ହାସଲ ହେବେ ।

ତୁଳା: ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଅଟକି ଥିବା ଅର୍ଥ ମିଳିଯିବ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ।

ବିଚ୍ଛା:  ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସୁଦୃଢ ହେବ। ମା’ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ: ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ।

ମକର: ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ପ୍ରତିଯୋଗିତାରେ ବିଜୟୀ ହେବେ। କୌଣସି ମହତ୍ୱ ପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ।

କୁମ୍ଭ: ଶରୀର ସୁସ୍ଥ ରହିବ। ଦୂର ସ୍ଥାନକୁ ଯାତ୍ରା କରିବେ। ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ।

ମୀନ: ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ।

Related story