୩୧ ଜାନୁଆରୀ, ଗୁରୁବାର: ଦ୍ୱନ୍ଦ୍ୱ ଭିତରେ ରହିବେ

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବୃଷ: ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ। ମନ ଖୁସି ରହିବ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଜଳଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ତୁଳା: ଦ୍ୱନ୍ଦ୍ୱ ଭିତରେ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧନପ୍ରାପ୍ତି ଯୋଗ ରହିଛି।

ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।

ଧନୁ:  ଅଯଥାରେ ରାଗନ୍ତୁ ନାହିଁ। କାହାକୁ ଟାଣ କଥା କୁହନ୍ତୁ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ମକର: ବିବାହ ସ୍ଥିର ହୋଇପାରେ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ନୂତନ ବସ୍ତ୍ର କିଣି ପାରନ୍ତି।

କୁମ୍ଭ: ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବନ୍ଧୁଙ୍କ ସହ ବୁଲାବୁଲି କରିବାକୁ ଯାଇପାରନ୍ତି।

ମୀନ: ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।