୩୧ ମାର୍ଚ୍ଚ, ଶୁକ୍ରବାର: କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତି ହେବ

ସନ୍ତାନମାନଙ୍କ କାର୍ଯ୍ୟକଳାପକୁ ଦେଖି ବାପାମା’ ଚିନ୍ତାଗ୍ରସ୍ତ ହେବେ । କମ୍ପ୍ୟୁଟର ବିଭାଗରେ କାର୍ଯ୍ୟରତ ଥିବା ବ୍ୟକ୍ତି ଶୁଭଫଳ ପାଇବେ ।

Representational Image

  • Published: Friday, 31 March 2023
  • , Updated: 31 March 2023, 07:38 AM IST

ମେଷ: ପାରିବାରିକ ଜୀବନ ସୁଖପ୍ରଦ ହେବ । ଦାମ୍ପତ୍ୟ ଜୀବନରେ ମନାନ୍ତର ମତାନ୍ତର ଦୂର ହୋଇଯିବ । କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ ।

ବୃଷ: କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ।କୌଣସି ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ଲାଭ କରିବେ ।

ମିଥୁନ: ସନ୍ତାନମାନଙ୍କ କାର୍ଯ୍ୟକଳାପକୁ ଦେଖି ବାପାମା’ ଚିନ୍ତାଗ୍ରସ୍ତ ହେବେ । କମ୍ପ୍ୟୁଟର ବିଭାଗରେ କାର୍ଯ୍ୟରତ ଥିବା ବ୍ୟକ୍ତି ଶୁଭଫଳ ପାଇବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ଯାନବାହାନ କ୍ରୟ କରିବା ପାଇଁ ସୁଯୋଗ ମିଳିବ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର : ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ, କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ। 

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ଭୁଲ୍ ବୁଝାମଣା ବଶତଃ ପାରିବାରିକ ମନୋମାଳିନ୍ୟ ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ । ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ ।

ମୀନ: ଆତ୍ମୀୟଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଆନନ୍ଦିତ ରହିବେ । ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି, ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୃମାନେ ପରାଜିତ ହେବେ

Related story