Advertisment

୩୧ ଅକ୍ଟୋବର, ମଙ୍ଗଳବାର; ଅପ୍ରିୟ ସତ କଥା କହିବା ଯୋଗୁ ସମ୍ପର୍କ ଖରାପ ହେବ

ଗୃହିଣୀମାନେ ନିଜର ବୁଦ୍ଧି ବିବେକ ଜ୍ଞାନ ବଳରେ ଯୋଗ୍ୟ ବିବେଚିତ ହେବେ ପୂର୍ବର ଦେଖାଦେଇଥିବା ସମସ୍ୟାକୁ ଦୂର କରିବା ପାଇଁ ସକ୍ଷମ ହେବେ ।

Rashi

Rashi

Advertisment

ମେଷ: ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଧାର କରଜ କରି କାମ ତୁଲାଇନେବେ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍ ହେବେ । ଯାନବାହନ ଚଳାଚଳ ବେଳେ ସତର୍କ ରୁହନ୍ତୁ । ଗୃହିଣୀମାନେ ନିଜର ବୁଦ୍ଧି ବିବେକ ଜ୍ଞାନ ବଳରେ ଯୋଗ୍ୟ ବିବେଚିତ ହେବେ ପୂର୍ବର ଦେଖାଦେଇଥିବା ସମସ୍ୟାକୁ ଦୂର କରିବା ପାଇଁ ସକ୍ଷମ ହେବେ ।

Advertisment

ବୃଷ: ଛୋଟ ଛୋଟ କଥାକୁ ନେଇ ପରିବାରରେ ଭାତ୍ରୁ ବିବାଦ ଦେଖାଦେଇପାରେ । ବନ୍ଧୁ ମିଳନ ଉତ୍ସବରେ ଯୋଗ ଦେଇପାରନ୍ତି। ଏହା ଆପଣଙ୍କ ପାଇଁ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। କୋଟ କଚେରି ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।

ମିଥୁନ: ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି କରିପାରେ। ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଅପ୍ରିୟ ସତ କଥା କହିବା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ଅନ୍ୟ ବାଟରେ ବ୍ୟୟ ହୋଇଯିବ।

Advertisment

କର୍କଟ: ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ଓ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବାସହ ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ସୁଖଶାନ୍ତି ବୃଦ୍ଧି ହେବାସହ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ ।

କୁମ୍ଭ: ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନସନ ବଢ଼ିପାରେ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ।

ମୀନ: ଯୋଜନାକୁ କାର୍ଯ୍ୟକାରୀ କରିବା ବିଷୟରେ ବନ୍ଧୁଙ୍କ ସହ ଖୋଲାଖୋଲି ଆଲୋଚନା କରିବା ଭଲ ହେବ। ବିବାଦୀୟ ଘଟଣା ସକାଶେ ମନ ଭାରାକ୍ରାନ୍ତ ହେବ । ଆୟ ବୃଦ୍ଧି ପାଇବ, ଯାହାଫଳରେ ବ୍ୟସ୍ତତା ଭିତରେ ଗତି କରିବେ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ଯାନ୍ତ୍ରିକ ତ୍ରୁଟି ଦେଖା ଦେଇପାରେ ।

Astrology Daily Horoscope
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe