ମେଷ: ଆଜିର ଦିନ ଶୁଭଫଳ ପ୍ରଦାନ କରିବ। ଶାରୀରିକ, ମାନସିକ ଜୀବନ ସୁଖପ୍ରଦ ହେବ। ମହିଳାମାନେ ଧୈର୍ଯ୍ୟ ଓ ଆତ୍ମବିଶ୍ୱାସ ରଖି କାର୍ଯ୍ୟ କଲେ ନିଶ୍ଚୟ ସୁଫଳ ପାଇବେ । ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ।
ବୃଷ: ଆଜି କମ୍ ପରିଶ୍ରମରେ ଅଧିକ ଅର୍ଥ ରୋଜଗାର ହେବ । କୋର୍ଟ-କଚେରୀର ବିଚାରାଧୀନ ମକଦ୍ଦମାରେ ଜୟଯୁକ୍ତ ହେବେ। ପରିବାରରେ ସୁଖ-ଶାନ୍ତି ବଜାୟ ରହିବ। ଆଜି ନୂଆ କାର୍ଯ୍ୟ ଆରମ୍ଭ କରିପାରିବେ। ଆକସ୍ମିକ ଧନଲାଭ ହେବ।
ମିଥୁନ: ଆଜି ଶୁଭ ଖବର ପାଇବେ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ବିଦ୍ୟାର୍ଥୀମାନେ ପଢାପଢିରେ କୃତକାର୍ଯ୍ୟ ହେବେ।
କର୍କଟ: ଆଜି ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ମଧ୍ୟାହ୍ନ ପରେ ସାଙ୍ଗଙ୍କ ସହିତ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପଡ଼ିପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସିଂହ: ଆଜି ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ରହିବ। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ। ମହିଳାମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ ।
କନ୍ୟା: ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଚିକିତ୍ସକଙ୍କ ପରାମର୍ଶ ନେବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ଦୂର କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ । ପିତା ମାତାଙ୍କ ଆଶୀର୍ବାଦ ଆପଣଙ୍କୁ ବିଜୟୀ କରାଇବ ।
ତୁଳା: ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନ ସୃଷ୍ଟି ହୋଇପାରେ , ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରାଇବ । ଅପରାହ୍ନରେ ଆପଣଙ୍କୁ ପ୍ରତିକୂଳ ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ । ଆକସ୍ମିକ ଖର୍ଚ୍ଚ ହୋଇପାରେ। ମହିଳାମାନେ ଚତୁରତାର ସହ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ ।
ବିଛା: ଆଜି ଆତ୍ମବିଶ୍ୱାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାର ସହ ଆଗେଇ ନେବେ । ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ସ୍ୱାସ୍ଥ୍ୟ ଭଲ ରହିବ। ସ୍ୱଭାବରେ ଉଗ୍ରତା ରହିବ । ସେଥିପାଇଁ ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ ।
ଧନୁ: ଆଜି ଆପଣଙ୍କୁ ମାନସିକ ଶାନ୍ତି ମିଳିବ । ବକେୟା ପ୍ରାପ୍ୟ ମିଳିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ ହେବେ। ଘର ବାତାବରଣରେ ସୁଖ-ଶାନ୍ତି ବିରାଜମାନ କରିବ, ବ୍ୟବସାୟରେ ସଫଳତା ମିଳିବ ।
ମକର : ପାରିବାରିକ ଜୀବନରେ ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖାଦେଇପାରେ । ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ । ଧନ ଏବଂ ପ୍ରତିଷ୍ଠାରେ ହାନି ହେବାର ଆଶଙ୍କା ଅଛି । ଆପଣଙ୍କ କାର୍ଯ୍ୟଧାରାକୁ ଅଧିକ କ୍ରିୟାଶୀଳ କରିବାକୁ ଅଗ୍ରସର ହେବେ ।
କୁମ୍ଭ: ଆଜି କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତ ନେଇପାରନ୍ତି। ମିତ୍ରମାନଙ୍କ ସହିତ ସାକ୍ଷାତ ହେବ। ଫଳରେ ମନ ଆନନ୍ଦ ରହିବ । ଭାଇମାନଙ୍କ ସହିତ ସୁସମ୍ପର୍କ ରହିବ ।
ମୀନ: ଆଜି କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ । ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ମଧ୍ୟାହ୍ନ ପରେ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।