୩ ଜାନୁଆରୀ, ମଙ୍ଗଳବାର; କିଛି କହିବା ଅପେକ୍ଷା ନୀରବ ରହିବା ଭଲ

ମେଷ: ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ସରଳୀକୃତ ହୋଇ ମନାନ୍ତର ମତାନ୍ତର ଦୂର ହୋଇଯିବ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ହେତୁ   ଅର୍ଥ କିମ୍ବା ଦ୍ରବ୍ୟ ହାନି ହୋଇପାରେ। ବୃଷ : କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବା ସହ ଆନୁଷ୍ଠାନିକ କାମରେ ମୁଖ୍ୟ […]

Rashi

  • Published: Tuesday, 03 January 2023
  • , Updated: 03 January 2023, 07:52 AM IST

ମେଷ: ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ସରଳୀକୃତ ହୋଇ ମନାନ୍ତର ମତାନ୍ତର ଦୂର ହୋଇଯିବ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ହେତୁ   ଅର୍ଥ କିମ୍ବା ଦ୍ରବ୍ୟ ହାନି ହୋଇପାରେ।

ବୃଷ : କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବା ସହ ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ ।

ମିଥୁନ : ଦିନଟି ମଙ୍ଗଳମୟ ହେବ । ଶତୃମାନେ ପରାଜିତ ହେବେ । ଅନ୍ୟମନସ୍କତା ଯୋଗୁଁ କୌଣସି ଜିନିଷ ହଜିଯାଇପାରେ, ବିଦ୍ୟାର୍ଥିମାନେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ।

କର୍କଟ : ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନ ସୃଷ୍ଟି ହେବା ସହ ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି । ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି।  ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତ ଫଳ ପାଇବେ।

ସିଂହ : ମନ ଅସ୍ଥିର ରହିବ । କୌଣସି ବ୍ୟବହାର୍ଯ୍ୟ  ମୂଲ୍ୟବାନ୍ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି   ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ ।  ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ ।

କନ୍ୟା:  ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିପାରିବେ। ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । ଅଫିସ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ  । ଅପ୍ରିୟ ସତ କଥା କହିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

ତୁଳା  :  ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଅନୁକୂଳ ରହିବ। ଖଳ କଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।   ପିଲାମାନଙ୍କ ପାଇଁ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।

ବିଛା: ସମ୍ପର୍କୀୟଙ୍କ କାର୍ଯ୍ୟକଳାପ  ଯୋଗୁ ଘରେ ଅସନ୍ତୋଷ ସୃଷ୍ଟି ହେବ।  ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବହୁତ ଭଲ ରହିବ।

ଧନୁ : ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ, ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି  କୃତକାର୍ଯ୍ୟ ହେବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ଦେଖାଦେବ।

ମକର: ପରିବାରରେ ହସଖୁସିରେ ଦିନଟି ଅତିବାହିତ କରିବେ କିନ୍ତୁ ଅଗ୍ନି, ଜଳ ଓ ବିଦ୍ୟୁତ ପ୍ରତି ସାବଧାନ ରହିବା ଭଲ। ଆକସ୍ମିକ ଭାବେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚାପଗ୍ରସ୍ତ ରହିପାରନ୍ତି । କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ମିଳିବ।

କୁମ୍ଭ  : ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିବ। ଭୁଲ ବୁଝାମଣା ଯୋଗୁ କ୍ଷୁବ୍ଧ ହୋଇ ସ୍ତ୍ରୀ ସହ ମନାନ୍ତର ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ କିନ୍ତୁ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।

ମୀନ : ଆତ୍ମୀୟଙ୍କ ସାହାଯ୍ୟ ସହଯୋଗ ପାଇ ଆନନ୍ଦିତ ରହିବେ। ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ। ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି ଏବଂ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ  କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ  ।

 

Related story