୪ ଏପ୍ରିଲ, ସୋମବାର; ପ୍ରତ୍ୟେକ କାର୍ଯ୍ୟରେ ନିଜର ଦକ୍ଷତା ପ୍ରତିପାଦନ କରିବେ

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ଥିଲେ ନିଜର ଦକ୍ଷତା ଓ ଯୋଗ୍ୟତାକୁ ନେଇ ଜନସମର୍ଥନ ହାସଲ କରିବେ। ବୃଷ: ଆଜି ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ଦେଖା ଦେବ। ମିଥୁନ: ପ୍ରତ୍ୟେକ କାର୍ଯ୍ୟରେ ନିଜର ଦକ୍ଷତା ପ୍ରତିପାଦନ କରିବେ। ତରବର ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ। ପରିବାରରେ ଭାଇଭଉଣୀ ମାନଙ୍କ […]

RASI

Tapaswini Nayak
  • Published: Monday, 04 April 2022
  • , Updated: 04 April 2022, 07:43 AM IST

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ଥିଲେ ନିଜର ଦକ୍ଷତା ଓ ଯୋଗ୍ୟତାକୁ ନେଇ ଜନସମର୍ଥନ ହାସଲ କରିବେ।

ବୃଷ: ଆଜି ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ଦେଖା ଦେବ।

ମିଥୁନ: ପ୍ରତ୍ୟେକ କାର୍ଯ୍ୟରେ ନିଜର ଦକ୍ଷତା ପ୍ରତିପାଦନ କରିବେ। ତରବର ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ। ପରିବାରରେ ଭାଇଭଉଣୀ ମାନଙ୍କ ସହିତ ଆନନ୍ଦ ଉଲ୍ଲାସରେ ସମୟ କାଟିବେ।

କର୍କଟ: ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ କରିବେ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପିଲାମାନଙ୍କ ଉନ୍ନତି ପାଇଁ ବ୍ୟସ୍ତ ବିବ୍ରତ ହେବେ।

ସିଂହ: ପ୍ରତ୍ୟେକ କ୍ଷେତ୍ରରେ ମାନ-ସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି କରିବା ସହିତ ଅଶାନୁରୂପ ଲାଭ ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ।

କନ୍ୟା: ପୂର୍ବର ଦୁଃଶ୍ଚିନ୍ତା ଦୂର ହୋଇଯିବ। ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ମିଳିବ।

ତୁଳା: ସନ୍ତାନମାନେ ଆଜ୍ଞାଧୀନ ହେବେ। ଅପରାହ୍ଣରେ ଶୁଭ ଖବର ଶୁଣି ଖୁସି ହେବେ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ।

ବିଛା: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ମନମୁତାବକ ଲାଭ ପାଇ ଭବିଷ୍ୟତ ଯୋଜନାରେ ନିବେଶ କରିବେ। ଗାଡ଼ି ଚଲାଇବା ବେଳେ ସତର୍କତା ଅବଲମ୍ବନ କରନ୍ତୁ।

ଧନୁ: ଯୋଜନା ଅନୁସାରେ କାର୍ଯ୍ୟ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ।

ମକର: କଥା ବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ। ବିରୋଧୀମାନେ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝାମଣା ଦେଖା ଦେଇପାରେ।

କୁମ୍ଭ: ଆଶା ପୂରଣ ହେବ। ସୌଭାଗ୍ୟର ଅଧିକାରୀ ହେବେ। ଲାଗି ରହିଥିବା ଅଶାନ୍ତି ଦୂର ହୋଇଯିବ।

ମୀନ: ନିଜ ବୁଦ୍ଧି ଓ ଜ୍ଞାନ ବଳରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ। ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସମର୍ଥ ହେବେ।

 

Related story