୪ ମାର୍ଚ୍ଚ, ସୋମବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହିତ ସମୟ ବିତାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦୂରସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି। ବୃଷ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। କାହାକୁ ଋଣ ଦିଅନ୍ତୁ ନାହିଁ। ମିଥୁନ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ପଦୋନ୍ନତିର ଯୋଗ ରହିଛି। କୁକୁରକୁ ରୁଟି ଖାଇବାକୁ ଦିଅନ୍ତୁ। କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3

Tapaswini Nayak
  • Published: Monday, 04 March 2019
  • , Updated: 04 March 2019, 07:50 AM IST

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହିତ ସମୟ ବିତାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦୂରସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି।

ବୃଷ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। କାହାକୁ ଋଣ ଦିଅନ୍ତୁ ନାହିଁ।

ମିଥୁନ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ପଦୋନ୍ନତିର ଯୋଗ ରହିଛି। କୁକୁରକୁ ରୁଟି ଖାଇବାକୁ ଦିଅନ୍ତୁ।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ଣ ପରେ ଶୁଭ ଖବର ମିଳିବ।

ସିଂହ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ ବସ୍ତ୍ର କିଣିପାରନ୍ତି। ଆଜି ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ତୁଳା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଆତ୍ମବିଶ୍ୱାସ ବଢ଼ିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

ବିଚ୍ଛା: ଦିନଟି ଭଲରେ କଟିବ। ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ। ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଦେଖାହୋଇପାରେ।

ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମକର: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: କାହାକୁ ଉଧାର ଦିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଗଣେଶଙ୍କୁ ପୂଜା କରନ୍ତୁ।

ମୀନ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

Related story