ମେଷ: ମାନସିକ ଅଶାନ୍ତି ଓ ପାରିବାରିକ ସମସ୍ୟା ଆପଣଙ୍କୁ ବିଚଳିତ କରିବ । ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ । କୌଣସି ପୂର୍ବ ସମସ୍ୟାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ମନାନ୍ତର ହେବାରୁ ମନ ଭାରାକ୍ରାନ୍ତ ହେବ।
ବୃଷ: ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମଗୁଡିକ ସହଜରେ ସମ୍ପନ୍ନ କରିପାରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସଫଳତା ପାଇବେ । ମାଲିମକଦ୍ଦମାର ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ ।
ମିଥୁନ: ଅନ୍ୟର ସାହାଯ୍ୟ ଆପଣଙ୍କୁ କର୍ମମୁଖର କରାଇବା ସହ ଆର୍ଥିକ ଉନ୍ନତି ଦିଗରେ ସହାୟକ ହେବ । ଶିଳ୍ପ, ଶିକ୍ଷା, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଉନ୍ନତି ସହ ବକେୟା ଅର୍ଥ ଲାଭ କରିବେ। ସାହିତ୍ୟ ଆଲୋଚନା କ୍ଷେତ୍ରରେ କିମ୍ବା ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ ।
କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।
ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।
କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।
ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।
ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।
ମକର : ପ୍ରତିକୂଳ ପରିସ୍ଥିତିକୁ ଦୂରେଇବାରେ ସମର୍ଥ ହେବେ ଏବଂ ଜମିଜମା, ବିବାଦର ସମାଧାନ ହୋଇଯିବ । ବ୍ୟବସାୟ ଓ ବାଣିଜ୍ୟ, ପ୍ରଶାସନିକ ସ୍ତରରେ ଉନ୍ନତି ଘଟିବ । ନିର୍ମାଣାଧୀନ କାମକୁ ତ୍ୱରାନ୍ୱିତ କରି ସମ୍ପୂର୍ଣ୍ଣ କରିବେ।
କୁମ୍ଭ: ଆଜି ପ୍ରତ୍ୟେକ ଦିଗରୁ ସଫଳତା ମିଳିବ, ଆର୍ଥିକ ସ୍ଥିତି ପୂର୍ବ ପରି ସୁଦୃଢ଼ ରହିବ। ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ଶୁଭପ୍ରଦ ହେବ । କୌଣସି ଆନୁଷ୍ଠାନିକ କାମ, ସଭାସମିତି, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରେ ପ୍ରଶଂସିତ ହେବେ ।
ମୀନ: ଦୀର୍ଘ ଦିନରୁ ଚିନ୍ତା କରିଥିବା ନୂତନ ଯୋଜନା କାର୍ଯ୍ୟକାରୀ କରିବେ । ଯେତେ ଭଲ କାମ କଲେ ମଧ୍ୟ ପରିବାରରେ ଅନ୍ୟମାନେ ଦୋଷ ଖୋଜିବେ। ଦାମ୍ପତ୍ୟ ଜୀବନରେ ମନାନ୍ତର ହୋଇପାରେ । ପିଲାମାନଙ୍କୁ କେନ୍ଦ୍ରକରି ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।